ସୋମବାର ରାଶିଫଳ ( ୦୨- ୦୩-୨୦୨୦)

ମେଷ: ଆଶାବାଦୀ ହୋଇପାରନ୍ତି। ପରମ ଭାଗ୍ୟଶାଳୀ ଓ ବିକଶିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ପ୍ରବାସୀ ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ। ଉଦାର, ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି।
ବୃଷ: ଯାତ୍ରା ଶୁଭଦାୟକ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ। ମୋକଦ୍ଦମାରେ ବିଜୟୀ ହେବେ। ଓ ଧନ ଲାଭ ହେବ।
ମିଥୁନ: ଖର୍ଚ୍ଚାନ୍ତ ହେବେ। ସମସ୍ୟାରେ ଜଡ଼ିତ ହୋଇପାରନ୍ତି। ଚଞ୍ଚଳମନା ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଭୋଗ କରିପାରନ୍ତି। ଏକାନ୍ତ ପ୍ରିୟ ହେବେ। ମଧୁରଭାଷୀ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ।
କର୍କଟ: ଯାତ୍ରା ମାର୍ଗ କୁସୁମିତ ହେବ। ଧନଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବା ସହ ସମ୍ମାନିତ ହେବେ। ଗୃହ ସୁଖ ଓ ଯାନବାହନ ସୁଖ ମିଳିବ।
ସିଂହ: ଶ୍ରମ ସାର୍ଥକ ହେବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ। ଆଦର୍ଶବାଦୀ ହେବେ।
କନ୍ୟା: ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ସମୟ ଅତିବାହିତ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଉଦ୍ୟୋଗୀ ହେବେ।
ତୁଳା: ବୁଝି ବିଚାରି କାର୍ଯ୍ୟ କରିବାକୁ ପଡ଼ିବ। ସୁଖ ମିଳିବା କଷ୍ଟ ସାଧ୍ୟ ହେବ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସର୍ଦି ଓ କଫ ରୋଗରେ ପୀଡ଼ିତ ହୋଇପାରନ୍ତି। ଅଂଶୀଦାର ବ୍ୟବସାୟ ଲାଭଜନକ ହେବ।
ବିଛା: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ବ୍ୟବସାୟ ଲାଭଜନକ ହେବ। ସାମୟିକ ଭାବେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ସହାୟତା ଲାଭପ୍ରଦ ହେବ।
ଧନୁ: ବଳବାନ୍‍ ଶତ୍ରୁକୁ ପରାସ୍ତ କରିବାରେ ସକ୍ଷମ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ମକର: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳମନା ହୋଇପାରନ୍ତି। କନ୍ୟା ସନ୍ତାନ ଦ୍ୱାରା ବିଶେଷ ଉପକୃତ ହେବେ। ହଠାତ୍‍ କିଛି ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ବିଭିନ୍ନ ଦିଗରୁ ଆର୍ଥିକ ସ୍ରୋତ ବହିବ।
କୁମ୍ଭ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷିକର୍ମ ପ୍ରତି ଆଗ୍ରହୀ ହେବାସହ ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।
ମୀନ: ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଭୋଗ କରି ପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର, ସମ୍ମାନ ମିଳିବ।

Comments are closed.