www.samajalive.in
Sunday, December 7, 2025
23.1 C
Bhubaneswar

ସୋମବାର ରାଶିଫଳ: ସାବଧାନ, ଆର୍ଥିକ ଓ ବ୍ୟବସାୟାଦି ଦିଗ ପ୍ରଭାବିତ ହେବ

ମେଷ: ରାଜଯୋଗ ଭୋଗ କରିବାର ସୂଚନା ମିଳୁଛି। ଉଚ୍ଚାସନ ପ୍ରାପ୍ତିର ସୁଯୋଗ ହାସଲ କରିବାକୁ ଯାଉଥିବାବେଳେ କପଟୀ ସ୍ବଭାବ ଯୋଗଁୁ, ବାଧା ଉପୁଜିପାରେ। ଧର୍ମଧ୍ବଜାଧାରୀ ହେବେ। ଜ୍ଞାନୀ ହେବେ।

ବୃଷ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

- Advertisement -

ମିଥୁନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ରୂପବାନ୍‌ ଓ ଉତ୍ତମ ସନ୍ତାନଯୁକ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ସେବା ଓ ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରି ପ୍ରଶଂସାର ପାତ୍ର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ।

କନ୍ୟା: ଜନଗଣଙ୍କ ସେବାରେ ନିଜକୁ ନିୟୋଜିତ କରି ପ୍ରଶଂସାର ପାତ୍ର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ତୁଳା: ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ସରକାରୀ ଚାକିରିରେ ଥାଇ ବି ଜନସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ, ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ଧନୁ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି।

ମକର:  ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ସମ୍ମାନ ମିଳିବ।

କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ମୀନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରି ଦେଶ ଓ ଜାତିର ଟେକ ରଖିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories