www.samajalive.in
Monday, December 8, 2025
27.1 C
Bhubaneswar

ମଙ୍ଗଳବାର ରାଶିଫଳ

ମେଷ: ଚିନ୍ତାମୁକ୍ତ ହୋଇପାରନ୍ତି। ମନରେ ସେବା ଭାବନା ଜାଗ୍ରତ ହେବ। ଆକସ୍ମିକ ଭାବେ ବ୍ୟବସାୟରୁ ଲାଭ ପାଇବେ। କୃଷି କ୍ଷେତକୁ ତ୍ବରାନ୍ବିତ କରିବେ। ଯାନବାହନ ଲାଭ ହେବ। ଗୃହ ପରିବେଶ ଠିକ୍‌ ରହିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ବୃଷ: ଆର୍ଥିକ ଉନ୍ନତି ପାଇଁ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ର ଏପରିକି ସର୍ବସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଅର୍ଥ ଓ ଦ୍ରବ୍ୟ ଲାଭର ସୂଚନା ମିଳୁଛି। ମଉଜ ମଜଲିସ୍‌ କରିବେ।
ମିଥୁନ: ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡ଼ିବ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ନୀତିନିଷ୍ଠ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। ହୃଷ୍ଟଚିତ୍ତ ଓ ଅତିସୁଖୀ ହୋଇପାରନ୍ତି। କୀର୍ତ୍ତିମାନ୍‌ ଓ ସହିଷ୍ଣୁ ହେବେ।
କର୍କଟ: ପ୍ରୀତି ଭୋଜନ ମିଳିପାରେ। ଦେବ ଦର୍ଶନ ଓ ପୂଜାର୍ଚ୍ଚନାରେ ଲିପ୍ତ ରହିବେ। ଆୟ ପରିମାଣ ବୃଦ୍ଧି ପାଇବ। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଶରୀର ସୁସ୍ଥ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।
ସିଂହ: କର୍ମକ୍ଷେତ୍ରରୁ ପ୍ରତିବନ୍ଧକ ଦୂରୀଭୂତ ହେବ। ଅତିଥି ସତ୍କାର ପାଇଁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମନସ୍କାମନାପୂର୍ଣ୍ଣ ହୋଇପାରେ। ବ୍ୟବସାୟ ଲାଭଜନକ ହେବ। ବିବାଦର ସୁସମାଧାନ ହୋଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ମଧୁରଭାଷୀ ହେବେ।
କନ୍ୟା: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ହସଖୁସିରରେ ସମୟ ବିତାଇ ପାରନ୍ତି। ବିଭିନ୍ନ ସ୍ତରରୁ ସ୍ନେହ-ଶ୍ରଦ୍ଧା ଲାଭ କରିବେ। ଲୋକପ୍ରିୟତା ବୃଦ୍ଧି ହେବ। ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ। ପ୍ରସନ୍ନତା ଲାଭ କରିବେ।
ତୁଳା: ହଜି ଥିବା ଦ୍ରବ୍ୟ ପୁନର୍ବାର ହସ୍ତଗତ ହେବ। ବ୍ୟବସାୟ ଲାଭଜନକ ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନରେ ସେବା ଭାବନା ଜାଗରିତ ହେବ। ପୂଜାର୍ଚ୍ଚନାରେ ନିମଜିତ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ଗୃହରେ ଶାନ୍ତି ବିରାଜମାନ କରିବ।
ବିଛା: ସଫଳତାର ସୂଚନା ମିଳିପାରେ। ଭ୍ରମଣ ଯୋଗ ରହିଛି। ପ୍ରତିଯୋଗିତାରେ ବିଜୟୀ ହେବେ। ଯଶସ୍ବୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନୈକା ମହିଳା ସାହାଯ୍ୟ କରିପାରନ୍ତି।
ଧନୁ: ଶିକ୍ଷାକ୍ଷେତ୍ରରେ ଅଧିକ ଅଭିଜ୍ଞତା ଅର୍ଜନ କରିପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ମାନସିକ ସ୍ତରରେ କ୍ଳେଶ ଉପୁଜିବାର ସମ୍ଭାବନା ଅଛି। ସ୍ବାଭିମାନୀ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ମକର: ପିତାଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହେବ। କର୍ତ୍ତବ୍ୟ ପରାୟଣ ହେବେ। ପଡ଼ୋଶୀଙ୍କ ସହ ବୁଝାମଣା ଉତ୍ତମ ସ୍ଥିତିରେ ରହିବ। ସମୃଦ୍ଧିର ମାର୍ଗ ଉନ୍ମୁକ୍ତ ରହିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ମିଳିବ।
କୁମ୍ଭ: ପିଲାଙ୍କ ପଢ଼ାପଢ଼ି ପାଇଁ ବ୍ୟସ୍ତ ରହିବେ। କଳ୍ପନା ବିଳାସୀ ହୋଇପାରନ୍ତି। ମନରେ ସରସତା ଆସିବ। ପାରିବାରିକ ସୁଖ ମିଳିବ। କର୍ମକ୍ଷେତ୍ରରେ ତତ୍ପରତା ପ୍ରକାଶ ପାଇବ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରି ପାଇବେ। ଚଞ୍ଚଳ ଚେଷ୍ଟିତ ହେବେ।
ମୀନ: ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଲାଭ କରିବେ। ହଠାତ୍‌ କିଛି ଅର୍ଥ ପାଇ ଚିନ୍ତାମୁକ୍ତ ହେବେ। ଚଞ୍ଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇପାରନ୍ତି। ବାଣିଜେ ବସତି ଲକ୍ଷ୍ମୀ ଯୋଗ ଅଛି। ଋଣ ପରିଶୋଧ କରି ଚିନ୍ତାମୁକ୍ତ ହେବେ। ସୁଖୀ ହୋଇପାରନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories