www.samajalive.in
Monday, December 15, 2025
27.1 C
Bhubaneswar

ସୋମବାର ରାଶିଫଳ

ମେଷ: ରୋଜଗାର ଆଶାନୁରୂପ ହେବ। ବାଧା, ପ୍ରତିବନ୍ଧକ ଥାଇ ମଧ୍ୟ କାର୍ଯ୍ୟରେ ଅଗ୍ରଗତି ଘଟିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଚଞ୍ଚଳ ଚେଷ୍ଟିତ ହେବେ।
ବୃଷ: କୌଣସି ମତେ କାର୍ଯ୍ୟ ଚଳାଇ ନେଇ ପାରନ୍ତି। କର୍ମ ଚଞ୍ଚଳ ରହିବେ। ବଂଶର ମାନ-ସମ୍ମାନ ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ମିଥୁନ: ପ୍ରିୟଜନଙ୍କ ଠାରୁ ସାହାଯ୍ୟ ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ଅତିବାହିତ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହେବେ। ଉଦ୍ୟୋଗୀ ଓ ସମ୍ପତ୍ତିବାନ୍‍ ହେବେ।
କର୍କଟ: ଦିନସାରା କାର୍ଯ୍ୟବ୍ୟସ୍ତ ରହିବେ। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନ-ବାହନରେ ସତର୍କତା ଆବଶ୍ୟକ। ଜଳଯାତ୍ରା କରିବା ମନା।
ସିଂହ: ବନ୍ଧୁ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆକୃଷ୍ଟ ହେବେ। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୌର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି। ପାରିବାରିକ ସ୍ନେହ ରହିବ।
କନ୍ୟା: ନିଜ କାର୍ଯ୍ୟରେ ନିଜେ ସମୀକ୍ଷା କରିବେ। ଶତ୍ରୁ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବା ସହିତ ମାନସିକ ଶାନ୍ତି ଫେରି ପାଇବେ। ଶତ୍ରୁହନ୍ତା ହେବେ।
ତୁଳା: ମିଥ୍ୟା ଅପବାଦରୁ ରକ୍ଷା ପାଇବେ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୌଭାଗ୍ୟ ଅଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ ଓ ତେଜସ୍ୱୀ ହେବେ।
ବିଛା: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିବେ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। କୃଷିି କର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।
ଧନୁ: ଉପୁଜିଥିବା ସଙ୍କଟର ମୁକାବିଲା କରିବେ। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ଚାଟୁବାକ୍ୟ ପ୍ରୟୋଗରେ ସମସ୍ତଙ୍କୁ ଆକର୍ଷିତ କରିପାରନ୍ତି। ବିବାଦରେ ବିଜୟୀ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହେବେ।
ମକର: କାର୍ଯ୍ୟରେ ଉନ୍ନତି ଘଟିବ। ଲୋଭଗ୍ରସ୍ତ ହୋଇପାରନ୍ତି। ପରମ, ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ।
କୁମ୍ଭ: କାର୍ଯ୍ୟରେ ବିଳମ୍ବିତ ହୋଇପାରେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧି ହୋଇପାରେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୁଯୋଗ ଅଛି। ଚିନ୍ତାଧାରା ଉନ୍ନତମାନର ହେବ।
ମୀନ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ମଧୁରଭାଷୀ ଓ ଜ୍ଞାନୀ ହେବେ।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories