www.samajalive.in
Saturday, December 6, 2025
23.1 C
Bhubaneswar

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ଗୁରୁବାର ଓଡିଶା ଛୁଇଁଲା ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ। ମାଲକାନଗିରି, ଗଜପତି, କୋରାପୁଟକୁ ଛୁଇଁଲା ମୌସୁମୀ। ଆଗାମୀ ୨ ଦିନ ମଧ୍ୟରେ ସାରା ଓଡିଶାକୁ ଅଗ୍ରସର ହେବ। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆଜି ପୂର୍ବାହ୍ନରୁ ରାଜଧାନୀରେ ବର୍ଷା ଲାଗି ରହିଛି। ଏହାସହ କଟକରେ ମଧ୍ୟ ବର୍ଷା ହୋଇଛି।
ଭୁବନେଶ୍ୱରର ଓଲ୍ଡ ଟାଉନ୍‌‌, ଏୟାରପୋର୍ଟ,ଖଣ୍ଡଗିରି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ମାଉସୀମା ମନ୍ଦିର ଅଞ୍ଚଳ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମା ହୋଇଥିଲା। ଦିନ ସାଢେ ୧୧ଟା ସୁଦ୍ଧା ରାଜଧାନୀରେ ୫୯.୮ ମିମି ବର୍ଷା ରେକର୍ଡ ହୋଇଛି। କଟକର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories