୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ; ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରେ ମୌସୁମୀ ବାୟୁ ପହଞ୍ଚିବ ବୋଲି ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଗୁରୁବାର ଠାରୁ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବାନା ରହିଛି । ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ବର, କେନ୍ଦ୍ରପଡା, ଗଜପତି, ଗଞ୍ଜାମ, ଜଗତସିଂହପୁର ଜିଲାରେ ମଧ୍ୟ ବର୍ଷା ହୋବର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣି ବଳୟ ଯୋଗୁଁ ବର୍ଷାର ପ୍ରଭାବ ଅଧିକ ରହିବ । ସେହିପରି ଉପକୂଳ ଓଡିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Comments are closed.