www.samajalive.in
Monday, December 15, 2025
14.1 C
Bhubaneswar

ବିଧାନସଭା ମୌସୁମୀ ଅଧିବେଶନ ସରିଲା, ଗୃହକାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି

ଭୁବନେଶ୍ବର: ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ବିଧାନସଭା ମୌସୁମୀ ଅଧିବେଶନ ଆଜି ଶେଷ ହୋଇଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକାର୍ଯ୍ୟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ରଖିଛନ୍ତି। ଗତ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇଥିବା ଅଧିବେଶନ ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ଶେଷ ହୋଇଯାଇଛି। ତେବେ ଚଳିତ ମୌସୁମୀ ଅଧିବେଶନରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ ସହ ମୋଟ ୧୨ଟି ବିଲ୍‌ ପାରିତ ହୋଇଛି। ଏହାସହିତ ଚଳିତ ମୌସୁମୀ ଅଧିବେଶନରେ ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ ବିଧାନସଭାରେ ପାରିତ ହୋଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ସହ ୧୨ ବିଲ ଚଳିତ ମୌସୁମୀ ଅଧିବେଶନରେ ଆଲୋଚନା ହୋଇ ପାରିତ ହୋଇଛି। ଅନେକ ଜନସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ବାଚସ୍ପତି ଓ ଉପବାଚସ୍ପତି ଭଲ ଭାବେ ଗୃହ କାର୍ଯ୍ୟ ଚଳାଇଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି। ଶାସକ ଦଳର ସମସ୍ତ ସଦସ୍ୟଙ୍କ ସମେତ ବିରୋଧୀଙ୍କୁ ମଧ୍ୟ ଧନ୍ୟବାଦ ସେମାନଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଉଛି। ବିଧାନସଭାର ସମସ୍ତ ସଦସ୍ୟମାନଙ୍କୁ ଧନ୍ୟବାଦ ଯେ ସେମାନେ ଆଲୋଚନାରେ ଭାଗ ନେଇ ଉଚ୍ଚକୋଟି ପ୍ରଦର୍ଶନ କରିଥିଲେ। ଗଣମାଧ୍ୟମ ଓ ସରକାରୀ ଅଧିକାରୀଙ୍କୁ ବି ଧନ୍ୟବାଦ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories