www.samajalive.in
Sunday, December 14, 2025
26.1 C
Bhubaneswar

୧୨ ଜିଲାକୁ ବର୍ଷା ଓ ବଜ୍ରପାତ ସତର୍କତା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏବଂ ଦକ୍ଷିଣ ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ପାର୍ଶ୍ବବର୍ତ୍ତୀ, ଦକ୍ଷିଣ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ମଧ୍ୟରେ ଲଘୁଚାପ ବଳୟ (ଟ୍ରପ ଲାଇନ୍‍) ରହିଛି। ଉତ୍ତର ପୂର୍ବ ଉତ୍ତର ପ୍ରଦେଶରେ ସୃଷ୍ଟ ଲଘୁଚାପ ଉତ୍ତର ପ୍ରଦେଶରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ନୂଆପଡା, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ, ସମ୍ବଲପୁର, ଝାଡ଼ଖଣ୍ଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

- Advertisement -

ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଆକଳନ କରି କହିଛନ୍ତି, ୨୨ ତାରିଖରୁ ୩ଦିନ ପର୍ଯ୍ୟନ୍ତ କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ଭୁବନେଶ୍ୱର କଟକ ସମେତ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ସୋମବାର ମଧ୍ୟ କିଛି ସ୍ଥାନରେ ତାପମାତ୍ରା ବଢ଼ିପାରେ। ତାପମାତ୍ରା ବୃଦ୍ଧି ଏବଂ ବାୟୁମଣ୍ଡଳରେ ଜଳୀୟବାଷ୍ପ ସକ୍ରିୟ ଥିବାରୁ ମଙ୍ଗଳବାର ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ବୁଧ ଓ ଗୁରୁବାର ପୂର୍ବପଶ୍ଚିମ ପବନର ତାରତମ୍ୟ ଯୋଗୁଁ ରାଜ୍ୟର ପ୍ରାୟ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories