www.samajalive.in
Sunday, December 7, 2025
26.1 C
Bhubaneswar

ମୌସୁମୀ ଏବେ କୋରାପୁଟରେ ସକ୍ରିୟ, ଆସନ୍ତା ୧୭ରୁ ବଢ଼ିବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିଦିନ ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା। ମୌସୁମୀ ଏବେ କୋରାପୁଟରେ ସକ୍ରିୟ। ଏହା ସେଠାରୁ ୩/୪ ଦିନ ଭିତରେ ଅଗ୍ରସର ହେବ। ଆଜି ଉପକୂଳରେ ପ୍ରାକ-ମୌସୁମୀ ବର୍ଷା ଜାରି ରହିଛି, କିନ୍ତୁ ଗୁଳୁଗୁଳି ଲାଗି ରହିବ। ଅପରପକ୍ଷରେ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି। ଜୁନ ୧୫, ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ତେବେ ରାଜ୍ୟରେ ଜୁନ ୧୭ରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ରାଜ୍ୟର ବିଭିନ୍ନ ଜିଲାରେ ୩ରୁ୪ ଦିନ ଭିତରେ ମୌସୁମୀ ବାୟୁ ପ୍ରବେଶ କରିବ। ଏବେ ସାରା ରାଜ୍ୟରେ ପ୍ରାକ-ମୌସୁମୀ ବର୍ଷା ଜାରି ରହିଥିବାବେଳେ ଜୁନ ୧୭ରୁ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ମୌସୁମୀ ପାଇଁ ବର୍ତ୍ତମାନ ସ୍ଥିତି ଅନୁକୂଳ ରହିଛି ।

- Advertisement -

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟରେ ଜୁନ ୧୭ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସାଙ୍ଗକୁ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏସବୁ ଜିଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜୁନ ୧୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories