www.samajalive.in
Friday, December 12, 2025
26.1 C
Bhubaneswar

ଜୁନ ୪ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ଜୁନ ମାସ ୪ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗ ଟ୍ବିଟ କରି ସୂଚନା ଦେଇଛି। ଜୁନ ୧ ବଦଳରେ ସାମାନ୍ୟ ବିଳମ୍ବରେ ଜୁନ ୪ରେ ମୌସୁମୀ ବାୟୁ କେରଳ ଛୁଇଁ ପାରେ ବୋଲି କୁହାଯାଇଛି। କେରଳ ଛୁଇଁବାର ପ୍ରାୟ ୧୦/୧୨ ଦିନ ପରେ ଓଡ଼ିଶା ଆସିଥାଏ ମୌସୁମୀ। ଏହି ପରିପ୍ରେକ୍ଷୀରେ ଜୁନ ୧୪/୧୬ସୁଦ୍ଧା ଓଡ଼ିଶାରେ ମୌସୁମୀ ସକ୍ରିୟ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜୁନ ୧ରେ କେରଳ ଛୁଇଁଥାଏ। ହେଲେ ଏଥର ଏହା ସାମାନ୍ୟ ବିଳମ୍ବରେ ଆସିବ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ “ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌମୁସୀ ବାୟୁ କେରଳ ଆସିବାରେ ସାମାନ୍ୟ ବିଳମ୍ବ ହେବ। ଜୁନ ୪ରେ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହା ୪ ଦିନ ଏପଟ ସେପଟ ମଧ୍ୟ ହୋଇପାରେ।” କେରଳ ଛୁଇଁବାର ୧୦ ଦିନ ପରେ ମୌସୁମୀ ଓଡ଼ିଶାକୁ ଆସିଥାଏ।
ଗତବର୍ଷ ମେ’ ୨୯ ତାରିଖରେ ମୌସୁମୀ କେରଳ ଛୁଇଁଥିଲା। ୨୦୨୧ରେ ଏହା ଜୁନ ୩ ଓ ୨୦୨୦ରେ ମୌସୁମୀ ଜୁନ ୧ରେ କେରଳରେ ତା’ର ଉପସ୍ଥିତି ଜାହିର କରିଥିଲା। ଗତମାସରେ ଆଇଏମଡି କହିଥିଲା ଯେ ଚଳିତ ବର୍ଷ ଏଲ ନିନୋର ପ୍ରଭାବ ପଡ଼ିପାରେ। ତଥାପି ସମଗ୍ର ଦେଶରେ ସ୍ୱାଭାବିକ ବର୍ଷା ହେବ ବୋଲି ଆକଳନ କରାଯାଇଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories