www.samajalive.in
Sunday, December 7, 2025
23.1 C
Bhubaneswar

ସେପ୍ଟେମ୍ବର ୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର: ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ଏବଂ ଏହା ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବ। ମୋଟ ୮ ଟି କାର୍ଯ୍ୟଦିବସ ରହଛି । ଏ ନେଇ ବିଧିବଦ୍ଧ ଭାବେ ବିଧାନସଭା କାର୍ୟ୍ୟାଳୟ ପକ୍ଷରୁ ବଜ୍ଞପ୍ତି ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁଯାୟୀ ଯେ ଆସନ୍ତା ସେପ୍ଟେମ୍ବର ୧ ତାରିଖ ଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ମୌସୁମୀ ଅଧିବେଶନ ସେପ୍ଟେମ୍ବର ୯ ତାରିଖ ଯାଏଁ ଜାରି ରହିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ୮ ଦିନରୁ ୭ ଦିନ ଅଫିସିଆଲ ବିଜନେସ ପାଇଁ ନିର୍ଘଣ୍ଟ ହୋଇଥିବା ବେଳେ ଗୋଟିଏ ଦିନ ଅଥାର୍ତ ୩ ସେପ୍ଟେଟର ପ୍ରାଇଭେଟ ମେମ୍ବର୍ସ ବିଜନେସ ପାଇଁ ଧାର୍ଯ୍ୟ ହୋଇଛି। ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଆରମ୍ଭ ହେବା ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ଚଳିତ ମୌସୁମୀ ଅଧିବେଶନରେ ଅନେକ ଗୁଡ଼ିଏ ବିଲ୍‌ ଗୃହରେ ପାରିତ ହୋଇପାରେ। ତେବେ ଗୃହକୁ ସ୍ୱାଭାବିକ ଭାବେ ଚଳାଇବା ବାଚସ୍ପତିଙ୍କ ପାଇଁ ଚ୍ୟାଲେଞ୍ଜିଂ ହୋଇପାରେ। ବିରୋଧୀ ମାନେ ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଗୃହରେ ଅଡୁଆରେ ପକାଇ ପାରନ୍ତି। ତେଣୁ ଶାସକ ଦଳର କଣ ରଣନୀତି ରହିବ ତାହା ଉପରେ ସମସ୍ତଙ୍କର ନଜର ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories