www.samajalive.in
Wednesday, December 10, 2025
26.1 C
Bhubaneswar

କମିବ ଶୀତ; ବଢ଼ିବ କୁହୁଡ଼ି

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ଜାଡ଼ ଅନୁଭୂତ ହେଉଥିବାବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ଏଥିରୁ ନିସ୍ତାର ମିଳିବ ନାହିଁ। ଏହାପରେ ରାତି ତାପମାତ୍ରା ୨-୩ ଡିଗ୍ରୀ ବଢ଼ିବ। ଅନ୍ୟପକ୍ଷରେ ଘନକୁହୁଡ଼ି ଜନଜୀବନ ପ୍ରଭାବିତ କରିପାରେ। ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ବିଭିନ୍ନ ଜିଲାରେ ଘନ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି।ବୁଧବାର ରାତିରେ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ପ୍ରାୟ ୧୬ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।

ସେମିଳିଗୁଡ଼ା ୫.୭, ଫୁଲବାଣୀ ୬.୬, କିରେଇ ୬.୬, କୋରାପୁଟ ୭.୬, ଅନୁଗୋଳ ଓ ଦାରିଙ୍ଗବାଡ଼ିରେ ୮ ଡିଗ୍ରୀ ଲେଖାଏଁ, ରାଉରକେଲା ୮.୩, କେନ୍ଦୁଝର ୮.୪, ସୁନ୍ଦରଗଡ଼ ୮.୬, ଭବାନୀପାଟଣା, ଝାରସୁଗୁୁଡ଼ା, ନବରଙ୍ଗପୁରରେ ୯ ଡିଗ୍ରୀ ଲେଖାଏଁ, ରାଣୀତାଲ ୯.୧, ସବୁର୍ଣ୍ଣପୁର ୯.୭ ଏବଂ ବଲାଙ୍ଗୀରରେ ୧୦ ଡିଗ୍ରୀ ରହିଛି। ଭୁବନେଶ୍ୱର ଓ କଟକରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ଛୁଇଁଛି। ଭୁବନେଶ୍ବରରେ ୧୨.୪ ଡିଗ୍ରୀ ଏବଂ କଟକରେ ୧୨.୮ ଡିଗ୍ରୀ ରେକର୍ଡ଼ ହୋଇଛି। ରାଉରକେଲାରେ ଅତି ଘନକୁହୁଡ଼ି ଏବଂ କୋରାପୁଟ ଓ ଫୁଲବାଣୀରେ ଘନକୁହୁଡ଼ି ଦେଖାଯାଇଥିଲା। ଆସନ୍ତାକାଲି ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବା

- Advertisement -

ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ଆସନ୍ତା ୨୨ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖାଯିବା ନେଇ ପାଣିପାଗ କେନ୍ଦ୍ର ହଳଦିଆ ସତର୍କତା ଜାରି କରିଛି।

ସେହିପରି ଗତ ସପ୍ତାହେ ଧରି ଲାଗି ରହିଥିବା ଶୀତର ପ୍ରକୋପ ଆସନ୍ତାକାଲି ଯାଏଁ ରହିବ। ୨୪ ତାରିଖ ସକାଳେ ପ୍ରବଳ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଓ ୨୪ ତାରିଖରେ ପ୍ରବଳ କୁହୁଡ଼ି ଜାରି କରିବ। ଉପକୂଳ ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ କୁହୁଡ଼ିର ମାତ୍ରା ଅଧିକ ରହିବ। ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍‌ ରହିବା ନେଇ ଚେତାବନୀ ଦିଆଯାଇଛି।
କମିବ ଶୀତ…

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories