www.samajalive.in
Sunday, December 7, 2025
23.1 C
Bhubaneswar

ଦକ୍ଷତା, ନେତୃତ୍ବ ଓ ମେଧାକୁ ଗୁରୁତ୍ବ

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର । ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବଂ ୧୫ ଶହ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନକାରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।
ସୂଚନା ମୁତାବକ, ଶିକ୍ଷାରେ ଉତ୍କର୍ଷତା ପାଇଁ ୧୦୦ କୋଟି ଟଙ୍କାର ଏହି ପୁରସ୍କାର ଘୋଷଣା ହୋଇଛି। ଏଥିରେ ୫-ଟି ରୂପାନ୍ତରିତ ତଥା ଅନ୍ୟାନ୍ୟ ବିଦ୍ୟାଳୟ ଗୁଡିକ ପୁରସ୍କୃତ ହେବେ। ବ୍ଲକ, ଜିଲା ଓ ରାଜ୍ୟ ସ୍ତରରେ ବ୍ୟକ୍ତିଗତ ଏବଂ ଶିକ୍ଷାନୁଷ୍ଠାନକୁ ଏହି ପୁରସ୍କାର ପ୍ରଦାନ କରାଯିବ। ଦକ୍ଷତା, ନେତୃତ୍ୱ ଓ ମେଧା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ଚିହ୍ନଟ କରାଯାଇ ୩ଟି କ୍ଷେତ୍ରରେ ପୁରସ୍କାର ଦିଆଯିବ। ଆର୍ଥିକ ଅନଗ୍ରସର ମେଧାବୀ ପିଲାଙ୍କ ପାଇଁ ଏକ ସ୍ୱତନ୍ତ୍ର ମେଧାବୃତ୍ତି ମଧ୍ୟ ଦିଆଯିବ। ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଚଳିତ ଶିକ୍ଷାବର୍ଷରୁ ପ୍ରଦାନ କରାଯିବ। ଏଥିସହିତ ପ୍ରଧାନ ଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ସରପଞ୍ଚ, ସ୍କୁଲ ପରିଚାଳନା କମିଟି, ପୁରାତନ ଛାତ୍ରଛାତ୍ରୀ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ଏଥିପାଇଁ ସ୍ୱତନ୍ତ୍ର ଭାବରେ ୧୧୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।
ଭୁବନେଶ୍ୱର ୟୁନିଟ ୯ ବାଳକ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ୩ ଦିନିଆ କାର୍ଯ୍ୟକ୍ରମର ଉଦ୍‌ଯାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟଅତିଥି ରୂପେ ଯୋଗଦେଇ ଏହି ଘୋଷଣା କରିଥିଲେ। ସେହିପରି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଡିଜି ଲକରର ବ୍ୟବସ୍ଥା ମଧ୍ୟ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ପ୍ରମାଣପତ୍ର (ଡକ୍ୟୁମେଣ୍ଟ) ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍‌ଧ ହେବ।
ଏହି ଉତ୍ସବରେ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏସ. ଅଶ୍ୱଥି, ପ୍ରୋଜେକ୍ଟ ଡ଼ାଇରେକ୍ଟର ଅନୁପମ ଶାହାଙ୍କ ସମେତ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ଗଣ ଯୋଗଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories