www.samajalive.in
Tuesday, December 9, 2025
15.1 C
Bhubaneswar

ଆଜିଠୁ ସକାଳୁଆ ବିଦ୍ୟାଳୟ

ଭୁବନେଶ୍ବର :  ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଠାରୁ ବିଦ୍ୟାଳୟରେ ସକାଳୁଆ ପାଠ ପଢ଼ା ଆରମ୍ଭ ହୋଇଛି।ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ସକାଳୁ ବିଦ୍ୟାଳୟ ଯାଇଛନ୍ତି । ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସକାଳ ୭ରୁ ୧୧ଟା ୩୦ ଯାଏ ପାଠପଢ଼ା ହେବ। ବିଦ୍ୟାଳୟଗୁଡ଼ିକରେ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗାଇ ଦେବା ପାଇଁ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ପର୍ଯ୍ୟାପ୍ତ ପାନୀୟ ଜଳ, ଓଆରଏସ ପ୍ୟାକେଟ ଏବଂ ଅନ୍ୟ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି।
ଅନ୍ୟପକ୍ଷରେ ୧୨ ତାରିଖକୁ ପୂର୍ଣ୍ଣ ଉପସ୍ଥାନ ଦିବସ ଭାବେ ପାଳନ କରାଯିବ। ସେହିଦିନ ନାମ ଲେଖାଇଥିବା ପିଲାଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ବାଗତ କରାଯିବ। ସେମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ବଣ୍ଟନ କରାଯିବ। ଏହି କାର୍ଯ୍ୟକ୍ରମ ସମ୍ବନ୍ଧୀୟ ଫଟୋଚିତ୍ର ରାଜ୍ୟ ପ୍ରକଳ୍ପ ନିର୍ଦେଶକଙ୍କୁ ପଠାଇବାକୁ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories