www.samajalive.in
Sunday, December 7, 2025
26.1 C
Bhubaneswar

ବ୍ଲକସ୍ତରୀୟ ମଶାରୀ ବଣ୍ଟନ, ରୋଗ ନିୟନ୍ତ୍ରଣ ସଚେତନତା କର୍ମଶାଳା

ହରଭଙ୍ଗା: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ପ୍ରାଙ୍ଗଣରେ ଗୁରୁବାର ବ୍ଲକ ଅଧ୍ୟକ୍ଷ ବିଶ୍ୱଜିତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବ୍ଲକସ୍ତରୀୟ ମଶାରୀ ବଣ୍ଟନ ଏବଂ ବିଭିନ୍ନ ରୋଗ ନିୟନ୍ତ୍ରଣ ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥିଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମ୍ୟାଲେରିଆ ଡାକ୍ତର ମଦନମୋହନ ପ୍ରଧାନ ଯୋଗଦାନ କରି ମଶାରୀର ଉପକାରିତା, ବ୍ୟବହାର ପ୍ରଣାଳୀ ଏବଂ ମ୍ୟାଲେରିଆ ରୋଗକୁ କିପରି ଦମନ କରାଯିବ ସେ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଅନ୍ୟତମ ଅତିଥିଭାବେ ହରଭଙ୍ଗା ବିଡିଓ ନୀଳକଣ୍ଠ ବେହେରା, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଅକ୍ରୁର ସେଠୀ, ୯ନଂ ଜିଲ୍ଲାପରିଷଦ ସଭ୍ୟ ଅବକାଶ ସାହୁ ପ୍ରମୁଖ ଯୋଗଦାନ କରି ନିଜ ନିଜର ମତପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ପଂଚାୟତର ସରପଞ୍ଚ ଏବଂ ସମିତିସଭ୍ୟମାନେ ମଶାରୀ ବଣ୍ଟନ କାର୍ଯ୍ୟକ୍ରମର ସଫଳ ରୂପାୟନ ସମ୍ପର୍କରେ ନିଜ ନିଜର ମତପ୍ରଦାନ କରିଥିଲେ। ହରଭଙ୍ଗା ବ୍ଲକ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶ୍ରୀମନ୍ତ ସ୍ୱାଇଁ ସଭାକାର୍ଯ୍ୟ ପରିଚାଳନ ଏବଂ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟବିଭାଗର କର୍ମଚାରୀ ରବିନ ପ୍ରଧାନ, ଈଶ୍ୱର ବେହେରା, ପ୍ରାଣେଶ୍ୱର ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories