www.samajalive.in
Friday, December 12, 2025
19.1 C
Bhubaneswar

ଆବୁଧାବୀରେ ପ୍ରତିଷ୍ଠା ହେବ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ

ଆବୁଧାବି : ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ(ଏମଓୟୁ) ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହା ଦ୍ୱାରା ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଟ୍ୱିଟ୍ କରି କହିଛନ୍ତି ।
ଏହି ପଦକ୍ଷେପ ନୂଆ ଭାରତର ନୂତନତ୍ୱ ଓ ଦକ୍ଷତା କ୍ଷେତ୍ରରେ ଏକ ଉଦାହରଣ । ୟୁଏଇରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ସ୍ଥାପନ ହେବା ଭାରତ ଏବଂ ୟୁଏଇ ବନ୍ଧୁତ୍ୱର ଏକ ପ୍ରତିଫଳନ। ଏହି ପଦକ୍ଷେପ ଜାତୀୟ ଶିକ୍ଷା ନୀତିରେ କଳ୍ପନାକୁ ବାସ୍ତବର ରୂପ ଦେବ ତଥା ଉଭୟ ଦେଶର ପାରସ୍ପରିକ ସମୃଦ୍ଧି ଏବଂ ବିଶ୍ୱର ବିକାଶ ଦିଗରେ ଜ୍ଞାନଶକ୍ତିର ଉପଯୋଗ ପାଇଁ ଏହା ଏକ ନୂତନ ଢାଞ୍ଚା ସ୍ଥାପିତ କରିବ। ଭାରତ ଓ ୟୁଏଇର ରଣନୀତିକ ଭାଗିଦାରୀ ସୁଦୃଢ ହେବ। ଭାରତୀୟ ଓ ବିଶ୍ୱର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।
ଉଲ୍ଲେଖନୀୟ ଯେ, ନିକଟରେ ଗତ ୧୦ ତାରିଖରେ ଆଇଆଇଟି ଦିଲ୍ଲୀ ଠାରେ ୟୁଏଇର ପ୍ରାଥମିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସାରା ମୁସଲ୍ଲମଙ୍କୁ ସାକ୍ଷାତ୍ କରିବା ଅବସରରେ ଆବୁଧାବୀରେ ଦିଲ୍ଲୀର ଆଇଆଇଟି କ୍ୟାମ୍ପସ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ । ଏହା ପୂର୍ବରୁ ଗତ ୭ ତାରିଖରେ ବିଦେଶରେ ଆଇଆଇଟିର ସର୍ବପ୍ରଥମ କ୍ୟାମ୍ପସ ତଥା ତାଞ୍ଜାନିଆର ଜାଞ୍ଜିବରରେ ଆଇଆଇଟି ମାଡ୍ରାସର କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories