www.samajalive.in
Sunday, December 14, 2025
17.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପ୍ରସଙ୍ଗ: ଟ୍ୱିଟ୍‌ କରି ବର୍ଷିଲେ ଅପରାଜିତା

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗକୁ ନେଇ ପୁଣି ରାଜ୍ୟ ରାଜନୀତି ସରଗରମ ହୋଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏନେଇ ପୁଣି ତାଙ୍କର ମତ ରଖିଛନ୍ତି । ସାଂସଦ ପୁଣି ଥରେ ଟ୍ୱିଟ୍‌ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଥିବା ଦେଖିବାକୁ ମିଳିଛି । ଏଏସଆଇର ସତ୍ୟପାଠ ଦାଖଲ ପାରେ ଟ୍ୱିଟ୍‌ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଅପରାଜିତା । ଟ୍ୱିଟରେ ସାଂସଦ ଅପରାଜିତା କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ନିଜେ ଶ୍ରୀମନ୍ଦିରକୁ ରକ୍ଷା କରିବାକୁ ଚେଷ୍ଟା କରୁଛନ୍ତି । ଏଏସଆଇର ରିପୋର୍ଟରେ ଐତିହାସିକ କୀର୍ତ୍ତିରାଜିର ଅପୂରଣୀୟ କ୍ଷତି ବିଷୟରେ ଉଲ୍ଳେଖ ରହିଛି । କୀର୍ତ୍ତିରାଜି ଉପରେ ପ୍ରଭାବ ପଡ଼ିବ କି ନାହିଁ ସେ ନେଇ ଅନୁଧ୍ୟାନ ହୋଇନାହିଁ । କେବଳ ବେଆଇନ୍‌ କାର୍ଯ୍ୟରୁ ନିଜକୁ ରକ୍ଷା କରିବାକୁ ସରକାର ଚେଷ୍ଟା କରୁଛନ୍ତି ବୋଲି ଅପରାଜିତା ସିଧାସିଧା ରାଜ୍ୟ ସରକାରଙ୍କୁ ଆଇନର ପାଠ ପଢ଼ାଇଛନ୍ତି । ଖାଲି ସେତିକି ନୁ​‌ହେଁ ଏହି ବେଆଇନ୍‌ ନିର୍ମାଣ ପାଇଁ ସାଧାରଣ ଲୋକଙ୍କ ବିପୁଳ ଅର୍ଥ ଖର୍ଚ୍ଚ ହୋଇଛି ବୋଲି ଟ୍ୱିଟ୍‌ କରି ଅପରାଜିତା ରୋକ୍ ଠୋକ ସରକାରଙ୍କୁ କହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories