www.samajalive.in
Saturday, December 6, 2025
23.1 C
Bhubaneswar

ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରକ ; ୪ ଶିଶୁ ମୃତ,୧୨ ଆହତ

ଉଜୈନ : ମଧ୍ୟପ୍ରଦେଶର ନାଗଦାରେ ସୋମବାର ସକାଳେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି। ସ୍କୁଲ ଭ୍ୟାନ ସହ ଟ୍ରକର ଧକ୍କା ହୋଇ ଚାଲିଗଲା ଶିଶୁଙ୍କ ଜୀବନ। ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ଭ୍ୟାନ୍‍କୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୪ ଜଣ ଶିଶୁ ପ୍ରାଣ ହରାଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ନାଗଦା ଉହ୍ନେଲ ରୋଡରେ ଘଟିଛି। ନାଗଦାରେ ଥିବା ଏକ ସ୍କୁଲରେ ଉକ୍ତ ଶିଶୁମାନେ ପାଠ ପଢୁଥିଲେ। ପ୍ରାୟ ୧୫ ଜଣ ଶିଶୁ ଉକ୍ତ ଭ୍ୟାନରେ ଥିଲେ। ପିଲାଙ୍କୁ ସ୍କୁଲ ନେଇ ଯିବା ବାଟରେ ଭୁଲ ଦିଗରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା।  ଭ୍ୟାନର ଅଧିକାଂଶ ଅଂଶ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଯାଇଥିବାରୁ ଖୁବ ଜୋରରେ ଧକ୍କା ହୋଇଥିବା ନେଇ ଦେଖାଯାଇଛି। ଖବର ପାଇବା ମାତ୍ରେ ପୁଲିସ,ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କିଛି ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଶିଶୁଙ୍କ ବୟସ ୧୦ ରୁ ୧୫ ବର୍ଷ ମଧ୍ୟରେ ବୋଲି ଜଣାପଡିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories