www.samajalive.in
Saturday, December 6, 2025
23.1 C
Bhubaneswar

ଏମପକ୍ସ ସଂକ୍ରମଣ: ଡାକ୍ତରଖାନା, ବିମାନ ବନ୍ଦରରେ ସତର୍କତା

ନୂଆଦିଲ୍ଲୀ : ମଙ୍କିପକ୍ସ ଭୂତାଣୁ ସଂକ୍ରମଣକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି। ସଂକ୍ରମିତ ବ୍ୟକ୍ତିଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କ ଲାଗି ସ୍ବତନ୍ତ୍ର ୱାର୍ଡ ପ୍ରସ୍ତୁତ କରିବାକୁ ପରାମର୍ଶ ଦିଆଯାଇଛି। ସନ୍ଦିଗ୍ଧ ଏମପକ୍ସ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଦିଲ୍ଲୀର ତିନିଟି ଡାକ୍ତରଖାନାକୁ ନୋଡାଲ ହସ୍ପିଟାଲ ଭାବେ ଚିହ୍ନଟ କରାଯାଇଛି। ଏହି ଡାକ୍ତରଖାନା ଗୁଡିକ ହେଲା ସଫଦରଜଙ୍ଗ, ଲେଡି ହାର୍ଡିଙ୍ଗ ମେଡିକାଲ କଲେଜ ଓ ରାମ ମନୋହର ଲୋହିଆ ହସ୍ପିଟାଲ। ସେହିପରି ବିମାନବନ୍ଦରଗୁଡିକରେ ସନ୍ଦିଗ୍ଧଙ୍କ ଆରଟି-ପିସିଆର ଓ ସ୍ବାବ ନମୁନା ପରୀକ୍ଷା ଲାଗି ପଦକ୍ଷେପ ନେବାକୁ କୁହାଯାଇଛି। ଏହା ସହିତ ବିମାନବନ୍ଦରଗୁଡିକୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଆଫ୍ରିକୀୟ ରାଷ୍ଟ୍ରଗୁଡିକରେ ଏମପକ୍ସ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏହାକୁ ନେଇ ବିଶ୍ବବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। କଙ୍ଗୋରେ ୧୫,୬୦୦ ସଂକ୍ରମିତ ହୋଇଥିବାବେଳେ ୫୩୭ଜଣ ପ୍ରାଣ ହରାଇଲେଣି। ଏହା କରୋନା ଭୂତାଣୁ ଭଳି ଦ୍ବିତୀୟ ମହାମାରୀର ରୂପ ନେବ ବୋଲି ଚେତାବନୀ ଦିଆଯାଇଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ବିକ ସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ବୋଲି ଘୋଷଣା କରିଛି। ଭାରତରେ ଏବେ ସୁଦ୍ଧା କୌଣସି ଏମପକ୍ସ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ ପାକିସ୍ତାନରେ ତିନିଜଣ ଏମପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଯେଉଁମାନେ କି ୟୁଏଇରୁ ଫେରନ୍ତା। ୨୦୨୨ ଜୁନ୍‌ର ୨୦୨୩ ମେ ମଧ୍ୟରେ ଭାରତରେ ୩୦ଜଣ ଏମପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯେଉଁମାନେ ସ୍ମଲପକ୍ସ ଟିକା ନେଇଛନ୍ତି ସେମାନେ ଏଥିରେ ଆକ୍ରାନ୍ତ ହେବେ ନାହିଁ। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ ଏହି ଭୂତାଣୁ ସଂକ୍ରମଣ ହୋଇଥାଏ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories