www.samajalive.in
Monday, December 8, 2025
24.1 C
Bhubaneswar

କୃଷକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ଧାନ କୁଇଣ୍ଟାଲ ପିଛା ୧୦୦ ଟଙ୍କା ବଢିଲା

ନୂଆଦିଲ୍ଲୀ :  କେନ୍ଦ୍ର ସରକାର କୃଷକମାନଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୨୦୨୨-୨୩ ଖରିଫ ଫସଲ ସଂଗ୍ରହ ଋତୁ ପାଇଁ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରାଯାଇଛି ।

ଏଥିରେ ଧାନ କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୧୦୦ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଧାନର କୁଇଣ୍ଟାଲ ପିଛା ଦର ୨୦୪୦ଟଙ୍କାକୁ ବୃଦ୍ଧି ପାଇଛି। କେନ୍ଦ୍ର କ୍ୟାବିନେଟର ଏ ସଂକ୍ରାନ୍ତ ନିଷ୍ପତ୍ତି ନେଇ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି । ଅନ୍ୟପକ୍ଷରେ କୃଷି ବଜେଟ ପରିମାଣ ୧ ଲକ୍ଷ ୨୬ ହଜାର କୋଟି ଟଙ୍କାକୁ ବୃଦ୍ଧି ନେଇ  ଶ୍ରୀ ଠାକୁର କହିଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories