www.samajalive.in
Sunday, December 14, 2025
26.1 C
Bhubaneswar

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୧୮୩ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ)  ବୈଠକରେ ୨୦୨୩-୨୪ ଖରଫ ବିପଣନ ଋତୁ ପାଇଁ ବିଭିନ୍ନ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଘୋଷଣା କରାଯାଇଛି।

ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୪୩ ଟଙ୍କ ବୃଦ୍ଧି ପାଇଛି । କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୧୮୩ ଟଙ୍କା ଧାର୍ଯ୍ୟ କରାଯାଇଛି । ସେହିପରି ‘ଏ-ଗ୍ରେଡ’ ଧାନର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୨୨୦୩ ଟଙ୍କାକୁ ବୃଦ୍ଧି ପାଇଛି । ବାଜରାର କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୫୦୦ଟଙ୍କା ଓ ମାଣ୍ଡିଆର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୩୮୪୬ ଟଙ୍କା ଧାର୍ଯ୍ୟ କରାଯାଇଛି । ସେହିପରି ମକାର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୨୦୯୦ ଟଙ୍କା ଧାର୍ଯ୍ୟ କରାଯାଇଛି।

- Advertisement -

ବିଭିନ୍ନ ଡାଲି ଜାତୀୟ ଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ଘୋଷଣା କରାଯାଇଛି। ହରଡର ସର୍ବନିମ୍ନ ସହାୟକ ମୂଲ୍ୟ ୭୦୦୦ ଟଙ୍କା ଧାର୍ଯ୍ୟ କରାଯାଇଛି । ମୁଗର ଦର ୮୫୫୮ଟଙ୍କା, ବରି ଡାଲିର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୬୯୫୦ ଟଙ୍କା ଧାର୍ଯ୍ୟ କରାଯାଇଛି ।

ସେହିପରି ବିଭିନ୍ନ ତୈଳବୀଜ ଜାତୀୟ ଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ମଧ୍ୟ ଘୋଷଣା କରାଯାଇଛି । ଚୀନବାଦାମର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୬୩୭୭ ଟଙ୍କାକୁ  ବୃଦ୍ଧି କରାଯାଇଛି । ସୂର୍ଯ୍ୟମୁଖୀ ମଞ୍ଜିର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୬୭୬୦ ଟଙ୍କା ଧାର୍ଯ୍ୟ କରାଯାଇଛି । ସୋୟାବିନ(ହଳଦିଆ)ର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୪୬୦୦ ଟଙ୍କା ଧାର୍ଯ୍ୟ କରାଯାଇଛି ।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories