www.samajalive.in
Sunday, December 7, 2025
15.1 C
Bhubaneswar

ରିଲାଏନ୍ସ ଉତ୍ତର ପ୍ରଦେଶରେ ୭୫ ହଜାର କୋଟି ଟଙ୍କା ନିବେଶ କରିବ: ମୁକେଶ ଅମ୍ବାନି

 

-     ୧ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହେବ
-     ୨୦୧୮ରୁ  ଏପର୍ଯ୍ୟନ୍ତ ରିଲାଏନ୍ସ ୫୦ ହଜାର କୋଟି ଟଙ୍କା ନିବେଶ କରିସାରିଛି
-     ୭୫ ହଜାର କୋଟି ଟଙ୍କାର ନୂଆ ନିବେଶକୁ ମିଶାଇ ମୋଟ ନିବେଶ ୧.୨୫ ଲକ୍ଷ କୋଟି ଟଙ୍କା ହେବ
-     ଉତ୍ତର ପ୍ରଦେଶ ଅର୍ଥନୀତି ୫ବର୍ଷ ମଧ୍ୟରେ ୧ ଟ୍ରିଲିଅନ ଡଲାରରେ ପରିଣତ ହେବ- ମୁକେଶ ଅମ୍ବାନି
ଲକ୍ଷ୍ନୌ : ଦେଶର ସର୍ବବୃହତ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ମାଲିକ ମୁକେଶ ଅମ୍ବାନି ଉତ୍ତର ପ୍ରଦେଶରେ ୭୫ ହଜାର କୋଟି ଟଙ୍କା ନିବେଶ ସମ୍ପର୍କରେ ଘୋଷଣା କରିଛନ୍ତି । ଏହି ନିବେଶ ଦ୍ୱାରା ପ୍ରାୟ ୧ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହେବା ଆଶା କରାଯାଉଛି । ଲକ୍ଷ୍ନୌରେ ଆୟୋଜିତ ‘ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଟ୍‍’ରେ ପ୍ରକାଶ କରି ମୁକେଶ ଅମ୍ବାନି ଜୋର୍‍ ଦେଇ କହିଛନ୍ତି ଯେ ୫ ବର୍ଷ ମଧ୍ୟରେ ଉତ୍ତର ପ୍ରଦେଶ ଅର୍ଥନୀତି ୧ ଟ୍ରିଲିଅନ ଡଲାରରେ ପହଞ୍ଚିବ ।
ରିଲାଏନ୍ସ ଉତ୍ତର ପ୍ରଦେଶରେ ୧୦ ଗିଗାୱାଟର ଅକ୍ଷୟ ଶକ୍ତି ଉତ୍ପାଦନ କ୍ଷମତା ସ୍ଥାପନ କରିବ । ଏହା ଉତ୍ତର ପ୍ରଦେଶରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ଅକ୍ଷୟ ଶକ୍ତି ପରିଯୋଜନା ହେବ । କମ୍ପାନୀ ଉତ୍ତର ପ୍ରଦେଶରେ ବାୟୋଗ୍ୟାସ୍‍ ବ୍ୟବସାୟରେ ପ୍ରବେଶ କରିବା ସମ୍ପର୍କରେ ମଧ୍ୟ ଘୋଷଣା କରିଛି । ଏ ସମ୍ପର୍କରେ ପ୍ରକାଶ କରି ମୁକେଶ ଅମ୍ବାନି କହିଥିଲେ ଯେ ବାୟୋ ଗ୍ୟାସ୍‍ ଦ୍ୱାରା ପରିବେଶରେ ସୁଧାର ଆସିବ ଏବଂ ତାହାସହିତ କୃଷକମାନଙ୍କୁ ମଧ୍ୟ ବଡ ଲାଭ ମିଳିବ । “ଆମ କୃଷକମାନେ ଅନ୍ନଦାତା ତ ଅଟନ୍ତି, ଏବେ ସେମାନେ ଉର୍ଜାଦାତା ପାଲଟିବେ ।”
ରାଜ୍ୟର ଗାଁ ଏବଂ ଛୋଟ ସହରଗୁଡିକରେ ଗୁଣାତ୍ମକ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ଯୋଗାଣ ପାଇଁ ରିଲାଏନ୍ସ ଜିଓ ପ୍ଲାଟଫର୍ମ ଜରିଆରେ ଦୁଇଟି ପାଇଲଟ ପ୍ରକଳ୍ପ ‘ଜିଓ ସ୍କୁଲ’ ଏବଂ ‘ଜିଓ-ଏଆଇ-ଡାକ୍ତର’ ସର୍ମ୍ପକରେ ମଧ୍ୟ ଘୋଷଣା କରିଛି । ଏହାସହିତ ଉତ୍ତର ପ୍ରଦେଶର କୃଷି ଏବଂ ଅଣକୃଷି ଉତ୍ପାଦ ସଂଗ୍ରହ ପରିମାଣ ବହୁଗୁଣ ବୃଦ୍ଧି କରିବାକୁ ମୁକେଶ ଅମ୍ବାନି ନିଜର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରକାଶ କରିଛନ୍ତି । ଏହାଦ୍ୱାରା କୃଷକ, ସ୍ଥାନୀୟ କାରିଗର, ଶିଳ୍ପକାର ଏବଂ ଛୋଟ ଓ ମଧ୍ୟମ ଉଦ୍ୟୋଗଗୁଡିକୁ ଫାଇଦା ମିଳିବ । ମୁକେଶ ଅମ୍ବାନି ୨୦୨୩ ଶେଷ ସୁଦ୍ଧା ଉତ୍ତର ପ୍ରଦେଶର ସମସ୍ତ ସହରରେ ୫ଜି ସେବା ପ୍ରଚଳନ କରିବା ସମ୍ପର୍କରେ ପ୍ରକାଶ କରିଛନ୍ତି ।

ଶ୍ରୀ ଅମ୍ବାନି କହିଥିଲେ ଯେ “ନୂଆ ଭାରତ ଗଠନ ନିମନ୍ତେ ଉତ୍ତର ପ୍ରଦେଶ ଆଶାର କେନ୍ଦ୍ର ପାଲଟିଯାଇଛି । ନଏଡାରୁ ଗୋରଖପୁର ପର୍ଯ୍ୟନ୍ତ ଜନସାଧାରଣଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଓ ଉତ୍ସାହ ଦେଖିବାକୁ ମିଳୁଛି । ଆମେ ସମସ୍ତେ ସମ୍ମିଳିତ ଭାବରେ ଭାରତର ସବୁଠାରୁ ଜନବହୁଳ ରାଜ୍ୟକୁ ଭାରତର ସବୁଠାରୁ ସମୃଦ୍ଧ ରାଜ୍ୟ ମଧ୍ୟରେ ଅନ୍ୟତମରେ ପରିଣତ କରିବା ।”

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories