www.samajalive.in
Sunday, December 7, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଉଦଘାଟିତ

ଭୁବନେଶ୍ୱର: ରାଜ୍ୟର ଉପାନ୍ତ ଅଞ୍ଚଳର ଜନସାଧାରଣଙ୍କୁ ତ୍ୱରିତ ଏବଂ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ସୋମବାର ଦିନ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଉଦଘାଟିତ ହୋଇଯାଇଛି । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଜ ପତାକା ଦେଖାଇ ବାୟୁ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ କରିଥିଲେ । ଏଥିସହିତ ଏକ ଡାକ୍ତରୀ ଦଳକୁ ନେଇ ଭୁବନେଶ୍ୱରରୁ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣ କରିଥିଲା । ସୂଚନାଯୋଗ୍ୟ ଯେ ଏହି ସେବା ଦ୍ୱାରା ପ୍ରାଥମିକ ପର୍ଯ୍ୟାୟରେ ଆଦିବାସୀବହୁଳ ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଆଦି ୪ଟି ଜିଲାର ଜନସାଧାରଣ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ପାଇପାରିବେ ।
ବିଭିନ୍ନ ମେଡିକାଲ କଲେଜ ଓ କର୍ପୋରେଟ ହସପିଟାଲଗୁଡିକର ଦକ୍ଷ ଓ ସ୍ୱନାମଧନ୍ୟ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନି ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେଶାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କର ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ।
ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସି ବ୍ୟକ୍ତ କରିବା ସହିତ ଏହାଦ୍ୱାରା ଏହି ୪ଟି ଜିଲାର ଗରିବ ଜନସାଧାରଣ ଉନ୍ନତ ସ୍ୱାସ୍ଥ୍ୟସେବା ପାଇପାରିବେ ବୋଲି ଆଶା ପ୍ରକାଶ କରିଥିଲେ । ବିମାନ ବନ୍ଦରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭି କେ ପାଣ୍ଡିଆନ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories