www.samajalive.in
Tuesday, December 9, 2025
26.1 C
Bhubaneswar

ମୁକ୍ତେଶ୍ୱର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା, ଓଡ଼ିଶୀ ନୃତ୍ୟାଭିନୟରେ ଦର୍ଶକ ବିଭୋର

ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟକୁ ଉପଭୋଗ କରିଥିଲେ। ଆଜି ସନ୍ଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଶିବ ବନ୍ଦନା ଉମା ମହେଶ୍ୱର ସ୍ତ୍ରୋତ୍ରରୁ, ଯାହାକୁ ପରିବେଶଣ କରିଥିଲେ ସ୍ୱପ୍ନେଶ୍ୱର ଚକ୍ରବର୍ତ୍ତୀ ଓ ସାଥୀ। ଓଡ଼ିଶୀ ନୃତ୍ୟର ଏକକ ପର୍ଯ୍ୟାୟରେ ଗୁରୁ ରମେଶ ଚନ୍ଦ୍ର ଜେନା ପ୍ରଥମେ ମଙ୍ଗଳା ଚରଣରେ ଶିବ ବନ୍ଦନା – ହରଗୌରାଷ୍ଟକମ୍‍ ପରେ ପରେ ଅଭିନୟ ବିଶ୍ୱରୂପ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ବିଚିତ୍ରାନନ୍ଦ ସ୍ୱାଇଁ ଓ ଗୁରୁ ଅରୁଣା ମହାନ୍ତି, ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ରାମହରି ଦାସ ଓ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା, ତାଳ ସଂଯୋଜନା କରିଥିଲେ ଗୁରୁ ଧନେଶ୍ୱର ସ୍ୱାଇଁ ଓ ଗୁରୁ ବିଜୟ କୁମାର ବାରିକ ଏବଂ ଯାହାର ଅଭିନୟ ରୂପ ଦେଇଥିଲେ କେଦାର ମିଶ୍ର।

ଯୁଗ୍ମ ନୃତ୍ୟ ପର୍ଯ୍ୟାୟରେ ଶତାବ୍ଦୀ ମଲ୍ଲୀକ ଓ ନିଳାଦ୍ରୀ ମହାନ୍ତି ପ୍ରଥମେ ପରିବେଶଣ କରିଥିଲେ ଶିବ ରୂପ ମହାଦେବଙ୍କ ଧ୍ୟାନରେ ମଙ୍ଗଳାଚରଣ ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ଧନେଶ୍ୱର ସ୍ୱାଇଁ ପରେ ପରେ ରାଘେଶ୍ୱରୀ ପଲ୍ଲବୀ ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ନିରଞ୍ଜନ ପାତ୍ର। ସେମାନଙ୍କର ଅନ୍ତିମ ପ୍ରସ୍ତୁତିରେ ଥିଲା ଅଭିନୟ ବୈଦନାଥ ପଞ୍ଚପଦି ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ଧନେଶ୍ୱର ସ୍ୱାଇଁ। ସେମାନଙ୍କର ସମସ୍ତ ପ୍ରସ୍ତୁତିର ନୃତ୍ୟ ସଂରଚନା କରିଥିଲେ ଗୁରୁ ଦୁର୍ଗାଚରଣ ରଣବୀର। ସନ୍ଧ୍ୟାର ଶେଷ କାର୍ଯ୍ୟକ୍ରମ ଥିଲା ଡ଼ୋନା ଗାଙ୍ଗୁଲୀ ଓ ସାଥୀଙ୍କ ଦ୍ୱାରା ଦଳଗତ ଓଡ଼ିଶୀ ନୃତ୍ୟ। ସେମାନଙ୍କର ପ୍ରଥମ ପ୍ରସ୍ତୁତିରେ ଥିଲା ଦଶାବତାର ଯାହା ରାଗ-କଲ୍ୟାଣ, ତାଳ-ଝମ୍ପା ଉପରେ ନିବଦ୍ଧ ଥିଲା, ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ଭୁବନେଶ୍ୱର ମିଶ୍ର ଓ ତାଳ ସଂରଚନା କରିଥିଲେ ଗୁରୁ କେଳୁଚରଣ ମହାପାତ୍ର ପରେ ପରେ ସେମାନେ ପ୍ରସ୍ତୁତ କରିଥିଲେ ଅଭିନୟ ଅର୍ଦ୍ଧନାରୀଶ୍ୱର ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ରଘୁନାଥ ପାଣିଗ୍ରାହୀ। ଡ଼ୋନା ଗାଙ୍ଗୁଲୀ ଓ ସାଥୀଙ୍କର ଶେଷ ପ୍ରସ୍ତୁତିରେ ଥିଲା ଶଙ୍କରାଭରଣ ପଲ୍ଲବୀ।
ସନ୍ଧ୍ୟାର ଅତିଥୀମାନେ ଥିଲେ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁ ଅରୁଣା ମହାନ୍ତି; ସୃଜନ ଅନୁଷ୍ଠାନର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ର; ବିଶିଷ୍ଟ ମର୍ଦଳ ବାଦକ ଗୁରୁ ଧନେଶ୍ୱର ସ୍ୱାଇଁ; ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର; ପର୍ଯ୍ୟଟନ ବିଭାଗର ସହକାରୀ ନିର୍ଦ୍ଦେଶକ ଡ଼. ରତିକାନ୍ତ ପଟ୍ଟନାୟକ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡ଼. ସଙ୍ଗୀତା ଗୋସାଇଁ। କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ଇ. ଶ୍ରୀନିବାସ ଘଟୁଆରୀ ଏବଂ ସଂହତି ପାଣି। ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ଅଧିକାରୀ ବୃନ୍ଧ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories