www.samajalive.in
Tuesday, December 9, 2025
16.1 C
Bhubaneswar

ଓଡ଼ିଶୀ ନୃତ୍ୟ ମହାକୁମ୍ଭ : ଆରମ୍ଭ ହେଲା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ

ଭୁବନେଶ୍ୱର : ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ତିନିଦିନ ଧରି ହେବାକୁ ଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦ୍‍ଘାଟିତ ହୋଇଛି । ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ପଣ୍ଡିତ ମହେଶ୍ୱର ରାଓ ଓ ସାଥୀଙ୍କ ଦ୍ୱାରା ଛଅ ପଦ ଓ ଛଅ ରାଗରେ ପରିବେଶିତ ଶିବ ସୁରକ୍ଷା ମନ୍ତ୍ରରୁ। ବୃନ୍ଦଗାନରେ ସେମାନେ ପ୍ରସ୍ତୁତ କରିଥିଲେ ଶିବ ବନ୍ଦନା ଓଁ ନମଃ ଶିବାୟ। ଏହି ସମବେତ ସଙ୍ଗୀତକୁ ନିର୍ଦ୍ଦେଶନା ଦେଇଥିଲେ ନିଜେ ମହେଶ୍ୱର ରାଓ। ପରବର୍ତ୍ତୀ କାର୍ଯ୍ୟକ୍ରମ ଥିଲା ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଶିଳ୍ପୀ ମୀରା ଦାସଙ୍କ ଦ୍ୱାରା ଏକକ ଓଡ଼ିଶୀ ନୃତ୍ୟ ପରିବେଶଣ। ତାଙ୍କର ପ୍ରଥମ ଅର୍ଘ୍ୟ ଥିଲା ଶିବସ୍ତୁତି ପୁଷ୍ପାଞ୍ଜଳୀରେ ମଙ୍ଗଳାଚରଣ ପରେ ପରେ ରାଗ ବିହ୍ଲରୀ ଓ ତାଳ ଏକତାଳୀରେ ପଲ୍ଲବୀ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ କେଳୁଚରଣ ମହାପାତ୍ର । ତାଙ୍କର ଅନ୍ତିମ ପ୍ରସ୍ତୁତିରେ ଥିଲା ରାମାୟଣରୁ ଉଦ୍ଧୃତ ଅଭିନୟ ଶବରୀ ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ଭୁବନେଶ୍ୱର ମିଶ୍ର ଓ ନୃତ୍ୟ ସଂରଚନା କରିଥିଲେ ନିଜେ ଗୁରୁ ମୀରା ଦାସ ।

Samajalive.in

ଯୁଗ୍ମ ନୃତ୍ୟ କାର୍ଯ୍ୟକ୍ରମରେ ପ୍ରୀତିସା ମହାପାତ୍ର ଓ ରିବ୍‍ଧିତା ବରୁଆଙ୍କ ଦ୍ୱାରା ପ୍ରଥମେ ଶିବସ୍ତୁତି ଜୟ ମହେଶ ପରେ ପରେ  ପଲ୍ଲବୀ ଓ ଶେଷରେ ଅଭିନୟ ଶ୍ରୀରାମସ୍ତୁତି ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ରତିକାନ୍ତ ମହାପାତ୍ର ଓ ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ରଘୁନାଥ ପାଣିଗ୍ରାହୀ ଓ  ପଦୀପ କୁମାର ଦାସ। ଶେଷ କାର୍ଯ୍ୟକ୍ରମ ଥିଲା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଶିଲ୍ପୀମାନଙ୍କ ଦ୍ୱାରା ଦଳଗତ ନୃତ୍ୟ। ସେମାନନେ ପ୍ରଥମେ ମଙ୍ଗଳାଚରଣରେ ଶ୍ରୀଗଣେଶ ପରେ ପରେ ରାଗ କ୍ଷୀରବାଣୀ ପଲ୍ଲବୀ ଏବଂ ଶେଷରେ ଅଭିନୟ ଶକ୍ତି ପରିବେଶଣ କରିଥିଲେ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଲିଙ୍ଗରାଜ ପ୍ରଧାନ ଓ ଗୁରୁ ପଙ୍କଜ କୁମାର ପ୍ରଧାନ ଏବଂ ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ବିଜୟ କୁମାର ଜେନା ଓ ଗୁରୁ ବିଜୟ କୁମାର ବାରିକ । ଉଦ୍‍ଘାଟନୀ ସଂଧ୍ୟାର ଏହି ମନୋରମ କାର୍ଯ୍ୟକ୍ରମକୁ ବହୁ ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ । ସମସ୍ତ ନୃତ୍ୟ କାର୍ଯ୍ୟକ୍ରମର ଆଲୋକ ପରିଚାଳନା କରିଥିଲେ ଦେବୀ ପ୍ରସାଦ ମିଶ୍ର ।

- Advertisement -
Samajalive.in

ଉଦ୍‍ଘାଟନୀ ସନ୍ଧ୍ୟାରେ ଅତିଥି ଭାବରେ ଯୋଗଦେଇଥିଲେ ଓଡ଼ିଶା ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ; ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁ ଅରୁଣା ମହାନ୍ତି, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡ଼. ସଙ୍ଗୀତା ଗୋସାଇଁ। କାର୍ଯ୍ୟକ୍ରମକୁ ସଞ୍ଚାଳନା କରିଥିଲେ ଡ଼. ଇ. ଶ୍ରୀନିବାସ ଘଟୁଆରୀ ଏବଂ ସଂହତି ପାଣି। ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ, ସହ ନିର୍ଦ୍ଦେଶକ, ପର୍ଯ୍ୟଟନ ଅଧିକାରୀ ଓ ପର୍ଯ୍ୟଟନ ଉନ୍ନୟନ ନିଗମର ଅଧିକାରୀ ବୃନ୍ଧ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories