www.samajalive.in
Saturday, December 6, 2025
23.1 C
Bhubaneswar

ମୁଲାୟମ ସିଂ ଯାଦବଙ୍କ ପରଲୋକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ତଥା ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ୮୨ ବର୍ଷ ବୟସରେ ମେଦାନ୍ତ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଆଜି ସକାଳ ୮ଟା ୧୬ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା କୁହାଯାଇଛି । ଅସୁସ୍ଥତା କାରଣରୁ ଅଗଷ୍ଟ ୨୨ରେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ ଅକ୍ଟୋବର ୨ ତାରିଖରେ ଆଇସିୟୁକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଆଜି ତାଙ୍କର ଦେହାନ୍ତ ହୋଇଛି ।  ମୁଲାୟମ ସିଂ ଯାଦବଙ୍କ ପରଲୋକ ଖବର ପାଇବା ପରେ ସମାଜବାଦୀ ପାର୍ଟି କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ମୁଲାୟମ ୩ଥର ୟୁପି ମୁଖ୍ୟମନ୍ତ୍ରୀ ଓ ୭ଥର ସଂସଦକୁ ନିର୍ବାଚିତ ହୋଇଥିଲେ । ୧୯୯୬ରୁ ୧୯୯୮ ପର୍ଯ୍ୟନ୍ତ କେନ୍ଦ୍ରରେ ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୟୁପିର ରାଜନୀତିକୁ ୩ ଦଶନ୍ଧି ଧରି ପ୍ରଭାବିତ କରି ଆସିଥିଲେ ।

- Advertisement -

ମେଦାନ୍ତ ଡାକ୍ତରଖାନାରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ଏବଂ ଅନ୍ୟ ପରିବାର ସଦସ୍ୟ ରହିଛନ୍ତି । ମୁଲାୟମ ସିଂ ଯାଦବଙ୍କ ମୃତଦେହକୁ ଦିଲ୍ଲୀରୁ ଲକ୍ଷ୍ନୌକୁ ଆଣିବାକୁ ପ୍ରସ୍ତୁତି କରାଯାଉଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories