www.samajalive.in
Sunday, December 7, 2025
14.1 C
Bhubaneswar

ବିମାନକୁ ବୋମାରେ ଉଡାଇବାକୁ ଧମକ

ସମାଜ ଡିଜିଟାଲ ଡେସ୍କ: ମୁମ୍ବାଇରୁ ନ୍ୟୁୟର୍କ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମାରେ ଉଡାଇବାକୁ ଧମକ ଦିଆଯାଇଛି। ଏହାକୁ ନେଇ ବିମାନରେ ଥିବା ଯାତ୍ରୀଙ୍କ ମଧ୍ୟରେ ଭୟ ଖେଳିଯାଇଛି। ଧମକ ମିଳିବା ପରେ ମଝି ଆକାଶରେ ବିମାନଟିକୁ ଦିଲ୍ଲୀ ଅଭିମୁଖେ ଡାଇଭର୍ଟ କରାଯାଇଛି। ଆଇଜି ବିମାନ ବନ୍ଦରରେ ବିମାନଟି ଜରୁରୀକାଳୀନ ଅବତରଣ କରିଛି। ଏନେଇ ଦିଲ୍ଲୀ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତ ଯାତ୍ରୀ ଓ ବିମାନ କର୍ମଚାରୀଙ୍କୁ ବିମାନରୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇ ବର୍ତ୍ତମାନ ବିମାନଟିକୁ ଯାଞ୍ଚ କରାଯାଉଛି। କୌଣସି ବିସ୍ଫୋରକ ସାମଗ୍ରୀ ମିଳିନଥିବା ବେଳେ ଧମକକୁ ଗୁରୁତ୍ୱ ଦେଇ ଛାନଭିନ ଚାଲିଛି। ଦିଲ୍ଲୀ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories