www.samajalive.in
Sunday, December 7, 2025
18.1 C
Bhubaneswar

ମହାରାଷ୍ଟ୍ରରେ କ୍ରେନ ଖସିବା ଘଟଣା ; ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ମୁମ୍ବଇ : ମହାରାଷ୍ଟ୍ର ମୁମ୍ବଇ ନିକଟରେ ଥାଣେରେ ଘଟିଥିବା ବଡ ଧରଣର ଅଘଟଣରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଛି। ଘଟଣା ସ୍ଥଳରେ ଏନଡିଆରଏଫ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶାହପୁର ପୁଲିସ କହିବାନୁଯାୟୀ,ସମୃଦ୍ଧି ଏକ୍ସପ୍ରେସ ରାଜପଥର ତୃତୀୟ ପର୍ଯ୍ୟାୟ ନିର୍ମାଣ କରାଯାଉଥିଲା। ଏହି ସମୟରେ ଶାହପୁର ନିକଟରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ହଠାତ୍ ଶ୍ରମିକଙ୍କ ଉପରେ ଏକ କ୍ରେନ ଖସି ପଡ଼ିଥିଲା।  ଖସି ପଡିବା କାରଣରୁ ଏହା ତଳେ ଚାପି ହୋଇ ୧୬ ଜଣଙ୍କ ଜୀବନ ଚାଲିଯାଇଥିଲା। ଆଉ କିଛି ଲୋକେ ଫସି ରହିଥିବା ନେଇ ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।


ଏହି ଘଟଣାରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଟ୍ୱିଟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ମହାରାଷ୍ଟ୍ରରେ ଘଟିଥିବା ଏହି ଅଘଟଣ ଅତ୍ୟନ୍ତ ଦୁଃଖଦାୟକ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories