www.samajalive.in
Saturday, December 6, 2025
26.1 C
Bhubaneswar

ଠକେଇ ମାମଲା : ଜେଟ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ ଗିରଫ

ମୁମ୍ୱାଇ: ୫୩୮ କୋଟି ଟଙ୍କା ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଜେଟ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଇଡ଼ି କାର୍ଯ୍ୟାଳୟରେ ଦୀର୍ଘ ସମୟ ପଚରାଉଚୁରା ପରେ ଗୋୟଲଙ୍କୁ ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ ଅନୁସାରେ ଗିରଫ କରାଯାଇଥିଲା। ତାଙ୍କୁ ଆଜି ମୁମ୍ବାଇର ଏକ ସ୍ୱତନ୍ତ୍ର ପିଏମ୍‌ଏଲଏ କୋର୍ଟରେ ହାଜର କରାଯିବା ପରେ ରିମାଣ୍ଡରେ ନିଆଯିବ ବୋଲି ସୂଚନା ମିଳିଛି। ଶୁକ୍ରବାର ସିବିଆଇ ୫୩୮ କୋଟି ଟଙ୍କା ଠକେଇ ଅଭିଯୋଗ ନେଇ ଜେଟ ଏୟାରୱେଜର ଚେୟାରମ୍ୟାନ୍, ତାଙ୍କ ପତ୍ନୀ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ପଞ୍ଜୀକରଣ କରିଥିଲା। ଗତବର୍ଷ ମେ ମାସରେ ଏହାର ତଦନ୍ତ ଭାର ସିବିଆଇକୁ ଦିଆଯାଇଥିଲା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories