www.samajalive.in
Friday, December 5, 2025
20.1 C
Bhubaneswar

ମୁମ୍ବଇରେ ୨୦ ମହଲା କୋଠାରେ ଅଗ୍ନିକାଣ୍ଡ ; ୭ ମୃତ

ମୁମ୍ବଇ : ମୁମ୍ବଇର ତାରଦେବ ଅଞ୍ଚଳରେ ଥିବା ଏକ ହସ୍ପିଟାଲ ନିକଟରେ ଥିବା  ୨୦ ମହଲା କୋଠାରେ ଆଜି ଅଗ୍ନିକାଣ୍ଡ ହୋଇଛି। ଅଗ୍ନିକାଣ୍ଡରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୫ ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ମଧ୍ୟ ରହିଛି। ଏହାସହ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ମୁମ୍ବଇ ମେୟର କିଶୋରୀ ପେଡନେକରଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଘଟଣାରେ କିଛି ବୃଦ୍ଧଙ୍କୁ ଅମ୍ଳଜାନର ଆବଶ୍ୟକତା ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ଉଦ୍ଧାର କାର୍ଯ୍ୟ କରାଯାଇଛି। ନିଆଁକୁ ଆୟତ୍ତ କରାଯାଇଥିଲେ ମଧ୍ୟ ଉକ୍ତ ସ୍ଥାନ ଧୂଆଁମୟ ରହିଛି।
ଅଗ୍ନିକାଣ୍ଡ ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଦମକଳ କର୍ମଚାରୀଙ୍କ କହିବାନୁଯାୟୀ, ଆଜି ସକାଳ ୭ଟା୨୮ରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିବାରେ ୧୩ ଦମକଳ ଗାଡି ନିୟୋଜିତ ହୋଇଥିଲା। ୨୦ ମହଲା ବିଶିଷ୍ଟ ଏହି କୋଠାର ୧୮ ମହଲାରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ନିଆଁ ଲାଗିବାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି। ପୁଲିସ ଓ ଅନ୍ୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories