www.samajalive.in
Sunday, December 14, 2025
26.1 C
Bhubaneswar

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ; ଚାଳକ ,ଶ୍ରମିକ ସମେତ ନଅ ମୃତ

ମୁମ୍ବଇ : ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରେ ଚନ୍ଦ୍ରପୁର-ମୁଲ ମାର୍ଗରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ବୋଲି ଆଜି ଖବର ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଦୁଇଟି ଟ୍ରକ ପରସ୍ପର ସହ ଧକ୍କା ହୋଇ ଚାଳକ,ଶ୍ରମିକଙ୍କ ସହ ୯ ଜଣଙ୍କ ମୃତ୍ୟୁ ଘଟିଛି। ଅନେକ ଲୋକେ ଆହତ ହୋଇଛନ୍ତି। ଟ୍ରକର ଦ୍ରୁତ ଗତି କାରଣରୁ ଏଭଳି ଦୁର୍ଘଟଣା ଘଟିଛି ବୋଲି ଜଣାପଡିଛି। ଏହି ଧକ୍କା ଡିଜେଲ ଭର୍ତ୍ତି ଟ୍ୟାଙ୍କର ସହ କାଠ ବୋଝେଇ ଟ୍ରକ ସହ ହୋଇଛି। ଧକ୍କା ହେବା ପରେ ଟ୍ରକରେ ନିଆଁ ଲାଗି ଯାଇଥିଲା। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ପୁଲିସ ଖବର ପାଇବା ମାତ୍ରେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories