www.samajalive.in
Saturday, December 6, 2025
16.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୧୨ ମୃତ

ମୁମ୍ବଇ : ମହାରାଷ୍ଟ୍ରରେ ଦୁଇଟି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ପ୍ରାୟ ୧୨ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ଅନେକ ଲୋକେ ଆହତ ମଧ୍ୟ ହୋଇଛନ୍ତି। ମିଳିଥିବା ଖବର ଅନୁଯାୟୀ, ଗୋଟିଏ ଦୁର୍ଘଟଣା ମଙ୍ଗଳବାର ସକାଳେ ନାଗପୁର-ପୁଣେ ରାଜପଥରେ ଘଟିଛି। ଏକ ବସ୍‌‌ ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଆହତଙ୍କ ମଧ୍ୟରେ ଗୁରୁତର ରହିଛନ୍ତି।
ମଙ୍ଗଳବାର ସକାଳେ ଏହି ଦୁର୍ଘଟଣା ମହାରାଷ୍ଟ୍ରର ବୁଲଧାଣା ଜିଲାରେ ହୋଇଛି। ଦୁର୍ଘଟଣାଗ୍ରସ୍ତ ବସ୍‌‌ଟି ପୁଣେରୁ ବୁଲଧାଣାର ମେହେକର ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା।
ସେହିଭଳି ଆଉ ଏକ ଦୁର୍ଘଟଣା ସୋମବାର ରାତି ପ୍ରାୟ ୧୧ଟାରେ ଘଟିଛି। ମହାରାଷ୍ଟ୍ର ଅମରାବତୀ ଜିଲାରେ ଦରୟାପୁର-ଅଞ୍ଜନଗାଁ ରାସ୍ତାରେ ଏକ କାର ଓ ଟ୍ରକ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି।
ସୂଚନାନୁଯାୟୀ, କାରରେ ଯାଉଥିବା ଯାତ୍ରୀମାନେ ଗୋଟିଏ ପରିବାରର ହୋଇଥିବା ବେଳେ କୌଣସି ଏକ କାର୍ଯ୍ୟକ୍ରମରେ ସାମିଲ ହୋଇ ଦରୟାପୁର ଫେରୁଥିଲେ। ଏହି ସମୟରେ କାର ସହ ଟ୍ରକର ଧକ୍କା ହୋଇଥିଲା।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories