www.samajalive.in
Monday, December 8, 2025
13.1 C
Bhubaneswar

ରିଲିଜ୍‍ ହେଲା ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ନେଇ ସଙ୍ଗୀତ ‘ମୁଁ ବିଜୁ ବାବୁ ପରି ହେବି’

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ଉପରେ ଆଧାରିତ ସଙ୍ଗୀତ ‘ମୁଁ ବିଜୁବାବୁ ପରି ହେବି’ ଗୁରୁବାର ରିଲିଜ୍‌ ହୋଇଛି। ଏହି ଗୀତରେ ପ୍ରଥମ ଥର ପାଇଁ ବିଧାୟକ, ମନ୍ତ୍ରୀ ଓ ନେତା ଅଭିନୟ କରିଛନ୍ତି। ଗୀତଟିକୁ ଗୀତିକାର ତପୁ ନାୟକ ଲେଖିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଜାପାନୀ ଭାଇ। ଆଧୁନିକ ଓଡ଼ିଶାର ନିର୍ମାତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବୀରତ୍ୱ, ଆଦର୍ଶ ଓ ସାହସିକତାକୁ ସଙ୍ଗୀତରେ ଦର୍ଶାଯାଇଛି।

ପ୍ରତିଟି ଓଡ଼ିଆଙ୍କର ଗର୍ବ ଓ ଗୌରବ ବିଜୁ ବାବୁଙ୍କୁ ନେଇ କରାଯାଇଥିବା ଗୀତରେ ଅଭିନୟ କରିଛନ୍ତି ମନ୍ତ୍ରୀ ଓ ବିଧାୟକ। ଏଥିରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ପ୍ରତାପ ଜେନା, ଅରୁଣ ସାହୁ, ସମୀର ଦାସ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ତୁଷାର କାନ୍ତି ବେହେରା ଓ ବିଧାୟକ ସୁଶାନ୍ତ ରାଉତ, ପ୍ରଶାନ୍ତ ମୁଦୁଲି, ବ୍ରଜ ପ୍ରଧାନ ପ୍ରମୁଖ ଅଭିନୟ କରିଛନ୍ତି। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ମଧ୍ୟ ଏହି ଗୀତରେ ନଜରକୁ ଆସିବେ। ଜାପାନୀ ଭାଇ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ କଣ୍ଠଦାନ କରିଛନ୍ତି ଗାୟକ ଋତୁରାଜ ମହାନ୍ତି। ଏହି ଗୀତର ଟିଜର ସୋସିଆଲ ମିଡିଆରେ ବେଶ୍‍ ପ୍ରଶଂସା ସାଉଁଟିଥିବା ବେଳେ ଗୀତଟି ମଧ୍ୟ ରିଲିଜ୍‌ ହେବା ମାତ୍ରେ ଦର୍ଶକଙ୍କ ଆଦୃତ ହେଉଥିବା ଦେଖାଯାଇଛି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories