www.samajalive.in
Wednesday, December 10, 2025
23.1 C
Bhubaneswar

ଗାଁ ପରେ ସହର ପାଳି, ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ପଞ୍ଚାୟତ ନିର୍ବାଚନ ପରେ ପରେ ପୌର ନିର୍ବାଚନ ହେବାର ସମ୍ଭାବନା ରହିଛି। ଏଥିପାଇଁ ପ୍ରସ୍ତୁତି ରାଜ୍ୟ ନିର୍ବାଚନ ଆୟୋଗ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାକୁ ଇଭିଏମ ମେସିନ ପଠାଯାଇ ଥିବା ଜଣାପଡିଛି। ରାଜ୍ୟର ୧୦୫ଟି ପୌରାଂଚଳ ଏବଂ କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ନିର୍ବାଚନ ହେବାର ସମ୍ଭାବନା ରହିଛି।

ଆଇନଗତ ପ୍ରକ୍ରିୟା ଯୋଗୁ ସମ୍ବଲପୁର ଓ ରାଉରକେଲାରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇନଥିବା ବେଳେ ଆସନ୍ତା ମାର୍ଚ୍ଚ ୧୧ରେ ପଂଚାୟତ ସମିତି ସ୍ତରୀୟ ନିର୍ବାଚିତ ପ୍ରିତିନିଧି ଏବଂ ମାର୍ଚ୍ଚ ୧୨ରେ ଜିଲ୍ଲା ପରିଷଦ ସଦସ୍ୟମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଏହା ପୂର୍ବରୁ ରାଜ୍ୟରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ଏକ ପ୍ରକାର ଜରୁରୀ ହୋଇପଡିଛି। ଏହା ପରେ ପୌର ନିର୍ବାଚନ ହେବ। ପଂଚାୟତ ନିର୍ବାଚନ ବାଲଟ ବକ୍ସରେ ହେଉଥିବା ବେଳେ ଇଭିଏମ ପଠାଯାଇଥିବାରୁ ଏହାକୁ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି କରାଯାଉଥିବା ଅନୁମାନ କରାଯାଉଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories