www.samajalive.in
Monday, December 8, 2025
27.1 C
Bhubaneswar

ପଥରରେ ଛେଚି ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ମାଲକାନଗିରି : ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ କଦମଗୁଡା ଛକ ନିକଟରେ ଯୁବକଙ୍କ ମୃତଦେହ ପଡି ରହିଥିବାର ଦେଖିବାକୁ ମିଳିଛି। ଯୁବକ ଜଣକ କଦମଗୁଡା ଗ୍ରାମର ପବିତ୍ର ଖିଲ(୧୭) ବୋଲି ଜଣାପଡିଛି। ତାଙ୍କୁ ପଥରରେ ଛେଟି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଖଇରପୁଟ ବ୍ଲକ କଦମଗୁଡା ପଞ୍ଚାୟତର ସଦର ଗ୍ରାମର ୪୭ ନମ୍ବର ରାଜ୍ୟ ରାଜପଥର ଜଣେ ଯୁବକଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା। ପରିବାର ଲୋକେ ଖବର ପାଇ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ।  ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ପବିତ୍ରଙ୍କର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ହତ୍ୟା ପଛରେ ପ୍ରେମ ସମ୍ପର୍କ ଥାଇପାରେ ବୋଲି ପରିବାର ପକ୍ଷରୁ ଅଭିଯୋଗ ଆସିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories