www.samajalive.in
Monday, December 15, 2025
14.1 C
Bhubaneswar

ପୁଅ କଲା ଗଣ୍ଡଗୋଳ ବାପାକୁ ହାଣିଲେ ଦୁର୍ବୃତ୍ତ

ସମ୍ବଲପୁର: ରେଙ୍ଗାଲି ବ୍ଳକ୍ କଟରବାଗରେ ସାମାନ୍ୟ ଗଣ୍ଡଗୋଳକୁ ନେଇ ହତ୍ୟାକାଣ୍ଡ ଘଟିଯାଇଛି । ପୁଅଠାରୁ ପ୍ରତିଶୋଧ ନେବାକୁ ଯାଇ ଦୁର୍ବୃତ୍ତମାନେ ବାପିକୁ ହାଣି ହତ୍ୟା କରିଛନ୍ତି ।

ସୂଚନାଯୋଗ୍ୟ, ବିବାହ ବରଯାତ୍ରୀରେ ଏକ ସାଧାରଣ କାରଣକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ପ୍ରତିଶୋଧ ପରାୟଣ ହୋଇ ଆଜି ସକାଳେ ଜଣେ ଯୁବକ ଅନ୍ୟ ଜଣଙ୍କ ଘରକୁ ଯାଇଥିଲା। ଘରେ ପୁଅକୁ ନ ପାଇ ଘରେ ଉପସ୍ଥିତ ଥିବା ତାଙ୍କ ବାପାଙ୍କୁ ଗଳା କାଟି ହତ୍ୟା କରିଛି ।  ଗାଁଲୋକ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଆଉ ଦୁଇ ଦିନ ପରେ ଝିଅର ବାହାଘର ହୋଇଥାଆନ୍ତା ବୋଲି ଜଣାପଡିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories