କେନ୍ଦୁଝର: ଜଣେ ଗ୍ରାମରକ୍ଷୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୁଟୁଙ୍ଗା ନିକଟରେ ଏପରି ଅଭାବନୀୟ ଘଟଣା ଘଟିଛି। ଏକ ଗଛ ମୂଳରେ ତାଙ୍କର ମୃତଦେହ ରକ୍ତାକ୍ତ ଅବସ୍ଥାରେ ପଡିଥିବାର ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ତାଙ୍କୁ କେହି ଦୁବୃର୍ତ୍ତ ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
Popular Categories



