www.samajalive.in
Monday, December 8, 2025
24.1 C
Bhubaneswar

ବାଦାମ ଛତୁ ତରକାରୀ

ଆବଶ୍ୟକ ସାମଗ୍ରୀ
ଛତୁ – ୪୦୦ ଗ୍ରାମ
କଟା ପିଆଜ – ୧ଟି
କଟା ଟମାଟୋ – ୧ଟି
କଟା ଅଦା – ଅଳ୍ପ
ରସୁଣ – ୪ରୁ ୫ଖଣ୍ଡ
ବାଦାମ – ୫ରୁ ୬ଟି
ହଳଦୀ ଗୁଣ୍ଡ – ଅଳ୍ପ
ତେଜ ପତ୍ର – ୨ଟି
ଡ଼ାଲଚିନି – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଗରମ ମସଲା – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
କସ୍ତୁରୀ ମେଥି – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଧନିଆ ପତ୍ର – ଅଳ୍ପ
ପ୍ରସ୍ତୁତୀ ପ୍ରଣାଳୀ – ପ୍ରଥମେ ଛତୁକୁ ଭଲ ଭାବେ ଧୋଇ ରଖନ୍ତୁ। ଗ୍ୟାସ ଲଗାଇ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ କଟା ପିଆଜ, ରସୁଣ, ଟମାଟୋ ପକାଇ ଭାଜି ଦିଅନ୍ତୁ। ଭାଜିବା ପରେ ଏହାକୁ ଏକ ପାତ୍ରକୁ କାଢି ଥଣ୍ଡା କରନ୍ତୁ। ଥଣ୍ଡା ହେବା ଏଥିରେ ଅଦା, ବାଦାମ, ସାମାନ୍ୟ ପାଣି ପକାଇ ଏହାକୁ ପେଷି ଦେଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସରେ ପୁଣି ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ତେଜପତ୍ର, ଡ଼ାଲଚିନି ପକାଇ ଭାଜନ୍ତୁ। ଭାଜିବା ପରେ ଏଥିରେ ପ୍ରସ୍ତୁତ କରି ରଖିଥିବା ପେଷ୍ଟ ପକାଇ କଷନ୍ତୁ। କିଛି ସମୟ କଷିବା ପରେ ଏଥିରେ ଲୁଣ, ହଳଦୀ ଗୁଣ୍ଡ ପକାନ୍ତୁ। ଏହାପରେ ଛତୁରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଅଳ୍ପ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ମସଲା କଷି ହେବା ପରେ ଛତୁକୁ ପକାଇ ଗୋଳାନ୍ତୁ। ଛତୁ ପକାଇବା ପରେ ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ପକାଇ ସାମନ୍ୟ ପାଣି ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଏଥିରେ ଧନିଆ ପତ୍ର ପକାନ୍ତୁ। ୨ ମିନିଟ ଗ୍ୟାସରେ ବସାଇ ଏହାକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବାଦାମ ଛତୁ ତରକାରୀ । ଏହାକୁ ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories