www.samajalive.in
Saturday, December 6, 2025
26.1 C
Bhubaneswar

ଛତୁ ମନପସନ୍ଦ

ଆବଶ୍ୟକ ସାମଗ୍ରୀ
ଛତୁ – ୪୦୦ ଗ୍ରାମ
ତେଲ – ଆବଶ୍ୟକ ଅନୁଯାୟୀ
ହଳଦୀ ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
କଟା ପିଆଜ – ୨ଟି
କଟା ଆଳୁ – ୨ଟି
କଟା ଟମାଟୋ – ୧ଟି
ଅଦା ରସୁଣ ବଟା – ୨ ଚାମଚ
ପଞ୍ଚଫୁଟଣ – ଅଳ୍ପ
ଧନିଆ ଗୁଣ୍ଡ – ୧ଚାମଚ
ଜିରା ଗୁଣ୍ଡ – ୧ ଚାମଚ
ଗରମ ମସଲା – ୧ ଚାମଚ
ଧନିଆ ପତ୍ର – ଆବଶ୍ୟକ ଅନୁଯାୟୀ
ତେନ୍ତୁଳି ରସ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁକୁ ଧୋଇ ଏକ ପାତ୍ରରେ ରଖନ୍ତୁ। ଏହା ପରେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଛତୁ ଭାଜନ୍ତୁ। ଭାଜିବା ସମୟରେ ସାମାନ୍ୟ ଲୁଣ, ହଳଦୀ ଗୁଣ୍ଡ ପକାନ୍ତୁ। କିଛି ସମୟ ପରେ ଛତୁରୁ ପାଣି ବାହାରିବା ପରେ ଏହି ପାଣିକୁ କାଢି ଦିଅନ୍ତୁ ଓ ଛତୁକୁ ଅନ୍ୟ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଗ୍ୟସରେ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଫୁଟଣ ପକାନ୍ତୁ। ଫୁଟଣ ଭାଜି ହେବା ପରେ ଏଥିରେ କଟା ପିଆଜ ପକାଇ ଭାଜନ୍ତୁ। ଏବେ ଏଥିରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ,ଟମାଟୋ, ପାଣି ଦେଇ ଭଲ ଭାବେ କଷନ୍ତୁ। ଭଲ ଭାବେ କଷି ହେବା ପରେ ଏଥିରେ ଛତୁ ଓ ଆଳୁକୁ ପକାଇ ଅଳ୍ପ ପାଣି ଦେଇ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ୧୦ ମିନିଟ ପରେ ଏଥିରେ କଟା ଧନିଆ ପତ୍ର ଓ ତେନ୍ତୁଳି ରସ ପକାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ଏବେ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଛତୁ ମନପସନ୍ଦ।

Hot this week

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

Related Articles

Popular Categories