ଭୁବନେଶ୍ୱର : କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ଆଜି ସକାଳେ ପରଲୋକ ଘଟିଛି। ଏନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ୩ ଦିନ ହେବ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୨୪ ତାରିଖରେ ସେ କରୋନା ଆକ୍ରାନ୍ତ ବୋଲି ଚିହ୍ନଟ ହୋଇଥିଲେ। ବହୁ ଲୋକପ୍ରିୟ ଓଡିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।
ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକରେ ସମଗ୍ର ମହଲରେ ଶୋକର ଛାୟା ଖେଳିଯାଇଛି।
କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ
Popular Categories



