www.samajalive.in
Sunday, December 7, 2025
14.1 C
Bhubaneswar

ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ଲୋକପ୍ରିୟ ସଙ୍ଗୀତ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ହୋଇଛି। ରାତି ୧୨ଟା ୩୦ରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଶାନ୍ତନୁଙ୍କ ପରଲୋକ ନେଇ ପୁଅ କୌଶିକ ମହାପାତ୍ର ସୂଚନା ଦେଇଛନ୍ତି। ନିମୋନିଆରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ।

ସୂଚନା ଅନୁସାରେ, ଶ୍ରୀ ମହାପାତ୍ରଙ୍କୁ ଗତ କିଛି ଦିନ ହେଲା ଥଣ୍ଡା ଲାଗି ରହିଥିଲା। ଗତ ଶୁକ୍ରବାର ହଠାତ୍ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ଏମିତିକି ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଘରେ ଅକ୍ସିଜେନ ଦିଆଯାଇଥିଲା। ଏଥିରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ହୋଇନଥିଲା। ପରେ ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଯାଞ୍ଚ କରିବା ପରେ ତାଙ୍କୁ ନିମୋନିଆ ହୋଇଥିବା ସୂଚନା ଦେଇଥିଲେ। ଶ୍ରୀ ମହାପାତ୍ରଙ୍କ ଫୁସ୍‌ଫୁସ୍‌ରେ ପାଣି ଜମିବା ସହିତ କିଡ୍‌ନୀ କାମ କରୁନଥିବା ଡାକ୍ତର ପ୍ରାରମ୍ଭିକ ରିପୋର୍ଟରେ ସ୍ପଷ୍ଟ କରିଥିଲେ। ତେବେ ଡାକ୍ତର ଶ୍ରୀ ମହାପାତ୍ରଙ୍କ ଡାଏଲିସିସ୍‌ ପାଇଁ ଚେଷ୍ଟା ଜାରି ରଖିଥିଲେ।

- Advertisement -

ସୂଚନାଥାଉ କି, ଶ୍ରୀ ମହାପାତ୍ର ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଅନେକ ଚିରସବୁଜ ସଙ୍ଗୀତ ଭେଟି ଦେଇଛନ୍ତି। ତାଙ୍କ ସଙ୍ଗୀତ ଦର୍ଶକଙ୍କ ହୃଦୟରେ ବସା ବାନ୍ଧି ରହିଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories