www.samajalive.in
Sunday, December 7, 2025
18.1 C
Bhubaneswar

ବଙ୍ଗଲା ମଟନ କରୀ

ଆବଶ୍ୟକ ସାମଗ୍ରୀ
ମଟନ – ୫୦୦ ଗ୍ରାମ
ଅଦା ରସୁଣ ବଟା – ୪ ଚାମଚ
କଟା ପିଆଜ – ୨ଟି
କଟା ଆଳୁ – ୨ଟି
ହଳଦୀ ଗଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ ଚାମଚ
ଚିନି – ସାମାନ୍ୟ
ଲୁଣ – ଆବଶ୍ୟକ ପରିମାଣରେ
ପେଷା ଟମାଟୋ – ୧ଟି
ସୋରିଷ ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମଟନକୁ ଭଲ ଭାବେ ଧୋଇ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ , ଲୁଣ, ଅଦା ରସୁଣ ବଟା, ପିଆଜ ଗୋଳାଇ ୩୦ ମିନିଟ ରଖି ଦିଅନ୍ତୁ। ଏବେ ଗ୍ୟାସ ଲଗାଇ କୁକର ବସାନ୍ତୁ। କୁକରରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଚିନି, ରଖିଥିବା ମଟନକୁ ପକାଇ ଭଲ ଭାବେ ୧୦ ରୁ ୧୫ ମିନିଟ କଷନ୍ତୁ। କଷିବା ପରେ ଏଥିରେ ପେଷା ଟମାଟୋ ପକାଇ ପୁଣି କଷନ୍ତୁ। ଏବେ ଏଥିରେ ୨କପ ପାଣି, ଆଳୁ, ଲୁଣ, ଜିରା ଗୁଣ୍ଡ , ଧନିଆ ଗୁଣ୍ଡ, ଗରମ ମସଲା  ପକାଇ ଗୋଳାଇ ଦିଅନ୍ତୁ। ଏହାପରେ କୁକରର ଖୋଳ ଦେଇ ୬ ରୁ ୭ଟି ସିଟି ଦିଅନ୍ତୁ। ୬ ରୁ ୭ଟି ସିଟି ହେବା ପରେ ଏହାକୁ ଗ୍ୟାସରୁ ଓହ୍ଲାଇ ଏକ ପାତ୍ରକୁ କାଢି ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories