www.samajalive.in
Monday, December 8, 2025
14.1 C
Bhubaneswar

ମଟନ କଟଲେଟ୍‍

ଆବଶ୍ୟକ ସାମଗ୍ରୀ
ମଟନ – ୩୦୦ ଗ୍ରାମ ( କିମା ହୋଇଥିବା)
ପିଆଜ – ୧ଟି (କଟା ହୋଇଥିବା)
ସିଝା ଆଳୁ – ୨ଟି
କର୍ଣ୍ଣଫ୍ଲୋର – ଅଳ୍ପ
କଞ୍ଚା ଲଙ୍କା – ୨ଟି
ଅଦା ରସୁଣ ବଟା – ୩ ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ ଚାମଚ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଚାର୍ଟ ମସଲା – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ପିଆଜ, କଞ୍ଚା ଲଙ୍କା ,କିମା ହୋଇଥିବା ମଟନକୁ ପକାଇ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଏଥିରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଚାର୍ଟ ମସଲା, ଗରମ ମସଲା ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଧନିଆପତ୍ର ଓ ୧କପ ପାଣି ଦେଇ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ୧୦ ମିନିଟ ପରେ ଏହି ମିଶ୍ରଣକୁ ଏକ ପାତ୍ରକୁ କାଢି ଥଣ୍ଡା କରନ୍ତୁ। ଏବେ ଏଥିରେ ସିଝା ଆଳୁକୁ ପକାଇ ମିଶାଇବା ସହ ସାମାନ୍ୟ ଲୁଣ, ୨ ଚାମଚ କର୍ଣ୍ଣଫ୍ଲୋର କୁ ପାଣିରେ ମିଶାଇ ଏହି ମିଶ୍ରଣରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପ୍ରସ୍ତୁତ କରିଥିବା ମିଶ୍ରଣରୁ ହାତରେ ଗୋଲ କିମ୍ବା ଲମ୍ବା ଆକୃତିର କରି ତେଲରେ ଭଲ ଭାବେ ଛାଣି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମଟନ କଟଲେଟ। କଟା ପିଆଜ ଓ ସସ ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories