www.samajalive.in
Saturday, December 6, 2025
15.1 C
Bhubaneswar

ମଟନ କଷା

ଆବଶ୍ୟକ ସାମଗ୍ରୀ
ମଟନ – ୫୦୦ ଗ୍ରାମ (ବୋନଲେସ୍‍ )
ତେଲ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଘିଅ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
କଟା ପିଆଜ – ୨ଟି
କଟା ରସୁଣ – ୨ଟି
କଟା ଅଦା – ଅଳ୍ପ
କଟା କଞ୍ଚାଲଙ୍କା – ୨ଟି
କଟା ଟମାଟୋ – ୨ଟି
କାଶ୍ମୀର ଲଙ୍କା ଗୁଣ୍ଡ – ୧ ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଗରମ ମସଲା – ଆବଶ୍ୟକ ପରିମାଣରେ
ଧନିଆପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମଟନକୁ ଭଲ ଭାବେ ଧୋଇ ସାମାନ୍ୟ ହଳଦୀ ଗୋଳାଇ ରଖି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରି ପିଆଜ ଭାଜନ୍ତୁ। ପିଆଜ ଭଲ ଭାବେ ଭାଜି ହୋଇଗଲେ ଏହାକୁ ଏକ ପାତ୍ରକୁ କାଢି ଥଣ୍ଡା କରି ପେଷି ପେଷ୍ଟ ପ୍ରସ୍ତୁତ କରି ଏକ ପାତ୍ରରେ ରଖନ୍ତୁ। ଏହାପରେ ଗ୍ୟାସରେ ଏକ କଡ଼େଇ ବସାଇ ଏଥିରେ ମଟନ, ଅଦାରସୁଣ ବଟା, ତେଲ, ଲୁଣ, ଭଜା ପିଆଜ ପେଷ୍ଟ, ପକାଇ ଗୋଳାନ୍ତୁ। ଗୋଳାଇବା ପରେ ଆବଶ୍ୟକ ପରିମାଣରେ ପାଣି ଦେଇ ଏକ ଘୋଡ଼ଣୀ ଘୋଡ଼ାଇ ମଟନକୁ ସିଝାନ୍ତୁ। ୨୦ ମିନିଟ ଗ୍ୟାସରେ ବସାନ୍ତୁ। ଏବେ ଗ୍ୟାସରେ ଏକ ତାୱା ଗରମ କରନ୍ତୁ। ତାୱା ଗରମ ହେବା ପରେ ଘିଅ ପକାନ୍ତୁ। ଘିଅ ପକାଇବା ପରେ କଟା ପିଆଜ, ରସୁଣ, ଅଦା, କଞ୍ଚା ଲଙ୍କା ପକାଇ ଭାଜନ୍ତୁ। ଏବେ ଏଥିରେ ପ୍ରସ୍ତୁତ ମଟନ, ସାମାନ୍ୟ ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା, ଟମାଟୋ ପକାଇ ଭଲ ଭାବେ ଗୋଳାଇ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ୧୦ ମିନିଟ ପରେ ଏକ ପାତ୍ରକୁ କାଢି ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସୁଆଦିଆ ତାୱା ମଟନ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories