www.samajalive.in
Saturday, December 13, 2025
23.1 C
Bhubaneswar

ମିଆଁମାର ଓ ଥାଇଲାଣ୍ଡରେ ଭୂକମ୍ପ: ମୃତ୍ୟୁ ସଂଖା ୨୫କୁ ବୃଦ୍ଧି

ସମାଜ ଡିଜିଟାଲ ଡେସ୍କ: ମିଆଁମାରରେ ଶୁକ୍ରବାର ଦୁଇ ଦୁଇ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହି ଝଟ୍‌କା ଏତେ ଶକ୍ତିଶାଳୀ ଥିଲା ଯେ, ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍ଗ୍‌କକ୍‌ ମଧ୍ୟ ଥରି ଉଠିଛି। ପ୍ରଥମ ଝଟ୍‌କା ଦିନ ୧୧ଟା ୫୦ରେ ଅନୁଭୂତ ହୋଇଥିଲା ଏବଂ ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୨ ରେକର୍ଡ଼ କରାଯାଇଛି। ଏହାପରେ ଦ୍ଵିତୀୟ ଥର ପାଇଁ ଦିନ ୧୨ଟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୭.୦ ରେକର୍ଡ଼ ହୋଇଛି। ଭୂମିକମ୍ପରେ ବର୍ତ୍ତମାନସୁଦ୍ଧା ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା ରହିଛି।

ଭୂମିକମ୍ପ କାରଣରୁ ମିଆଁମାରର ମାଣ୍ଡଲେରେ ଇରାଓ୍ବଡି ନଦୀ ଉପରେ ଥିବା ଲୋକପ୍ରିୟ ଆଭା ବ୍ରିଜ୍ ଭୁଶୁଡ଼ି ପଡ଼ିଛି। ଭୂକମ୍ପରେ ଅନେକ ଅଟ୍ଟାଳିକା ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ପ୍ରାୟ ୯୦୦ କିଲୋମିଟର ଦୂରରେ ଥିବା ବ୍ୟାଙ୍ଗ୍‌କକ୍‌ରେ ମଧ୍ୟ ଏହାର କମ୍ପନ ଅନୁଭୂତ ହୋଇଛି। ବ୍ୟାଙ୍ଗ୍‌କକ୍‌ ୭.୭ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ସୂଚନା ମିଳିଛି। କୁହାଯାଉଛି ଯେ, ଚୀନ୍ ଏବଂ ତାଇୱାନର କେତେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ବ୍ୟାଙ୍ଗ୍‌କକ୍‌ ପୁଲିସର କହିବାନୁସାରେ, ଆଜି ଥାଇ ରାଜଧାନୀରେ ଅନୁଭୂତ ହୋଇଥିବା ୭.୭ ତୀବ୍ରତାର ଭୂମିକମ୍ପରେ ଏକାଧିକ ଉଚ୍ଚ ଅଟ୍ଟାଳିକା ଭୁଶୁଡି ପଡ଼ିଛି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories