www.samajalive.in
Monday, December 15, 2025
15.1 C
Bhubaneswar

କାଶୀପୁରର ହଇଜା ସ୍ଥିତି ଅନୁଧ୍ୟାନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଡେସ୍କ :  ରାୟଗଡ଼ା ଜିଲ୍ଲା କାଶୀପୁରର ହଇଜା ସ୍ଥିତି ଅନୁଧ୍ୟାନ ପାଇଁ ଶନିବାର ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ପ୍ରଭାବିତ ଗ୍ରାମ ପରିଦର୍ଶନ କରିଛନ୍ତି । ସେ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ମଧ୍ୟ ପ୍ରଭାବିତ ଗ୍ରାମ ପରିଦର୍ଶନ କରିବା ସହ ପରିସ୍ଥିତି ସମ୍ପର୍କରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିଛନ୍ତି ।
ସୂଚନାଯୋଗ୍ୟ, କାଶୀପୁର ବ୍ଲକ୍‍ର ବିଭିନ୍ନ ଗ୍ରାମରେ ହଇଜା ବ୍ୟାପିବା ଯୋଗୁଁ ମୃତ୍ୟୁସଂଖ୍ୟା ୯ରେ ପହଞ୍ଚିଛି । ବର୍ତ୍ତମାନ ଶତାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ବିଭିନ୍ନ ଡାକ୍ତରଖାନାରେ ୫୬ ଜଣ ଚିକିତ୍ସିତ ହେଉଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories