www.samajalive.in
Tuesday, December 9, 2025
26.1 C
Bhubaneswar

ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଭଳି ବ୍ୟକ୍ତିତ୍ୱ ରାଜନୀତି କ୍ଷେତ୍ରରେ ବିରଳ

ଭୁବନେଶ୍ୱର: ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଭଳି ବ୍ୟକ୍ତିତ୍ୱ ରାଜନୀତି କ୍ଷେତ୍ରରେ ବିରଳ। ତାଙ୍କର ଓଡ଼ିଶା ପ୍ରତି ଯେଉଁ ଅବଦାନ, କୃଷକ, ଗରିବ ଓ ଖଟିଖିଆଙ୍କ ପ୍ରତି ଯେଉଁ ସମର୍ପିତ ଭାବ ଥିଲା ଆଗାମୀ ପିଢ଼ି ସେଥିରୁ ଶିକ୍ଷା ଗ୍ରହଣ କରିବାର ଆବଶ୍ୟକତା ରହିଛି ଏବଂ ଆମେମାନେ ତାଙ୍କ ନୀତି-ଆଦର୍ଶରେ ଅନୁପ୍ରାଣୀତ ହୋଇ କାର୍ଯ୍ୟ କରିବା ଉଚିତ ବୋଲି ବାଚସ୍ପତି ବିକ୍ରମ କେଶରୀ ଆରୁଖ କହିଛନ୍ତି। ଆଜି ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସର୍ବୋଦୟ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୩୮ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବାଚସ୍ପତି ଶ୍ରୀ ଆରୁଖ ବିଧାନସଭାସ୍ଥିତ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି କହିଛନ୍ତି ଯେ ସ୍ୱାଧୀନତା ଆନ୍ଦୋଳନରେ ଏବଂ ଭାରତର ସ୍ୱାଧୀନତା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦେଶ ତଥା ରାଜ୍ୟ ପାଇଁ ତାଙ୍କର ଅବଦାନ ଅତୁଳନୀୟ।

 

- Advertisement -

ଅନ୍ୟମାନଙ୍କ ମଧ୍ୟରେ ଉପବାଚସ୍ପତି ରଜନୀକାନ୍ତ ସିଂହ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ସାମଲ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ବିଧନସଭା ନିର୍ଦ୍ଦେଶକ (ଗବେଷଣା) କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ଅନ୍ୟାନ୍ୟ ମାନ୍ୟଗଣ ବ୍ୟକ୍ତି ମହାନ ଜନନାୟକ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ନବକୃଷ୍ଣ ଚୌଧୁରୀଙ୍କ ଜୀବନୀ ସଂପର୍କିତ ସଂଗୀତ ପରିବେଷଣ କରାଯାଇଥିଲା।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories