www.samajalive.in
Monday, December 8, 2025
27.1 C
Bhubaneswar

କାଲିଠୁ ନବରଙ୍ଗପୁର ଜିଲା ସଟ୍‌ଡାଉନ

ନବରଙ୍ଗପୁର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୧୦୦ର ନିକଟତର ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମ ଜୁଲାଇ ୩୧ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ବିଭିନ୍ନ ଜିଲା ପ୍ରଶାସନ ମଧ୍ୟ ନିଜ ଅଞ୍ଚଳର ସ୍ଥିତିକୁ ଦେଖି ଲକ୍‌ଡାଉନ୍‌ , ସଟ୍‌ଡାଉନ ଭଳି ପଦକ୍ଷେପ ନେଉଛନ୍ତି।

ଏହାରି ଭିତରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲାକୁ ୨ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତାକାଲି ସକାଳ ୫ଟାରୁ ୨୨ ତାରିଖ ମଧ୍ୟରାତ୍ର ଯାଏଁ ସଟଡାଉନ ଘୋଷଣା କରାଯାଇଛି । ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଜିଲ୍ଲାପାଳ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ଅନ୍ୟପକ୍ଷରେ ସକାଳ ୬ରୁ ଦିନ ୧ଟା ମଧ୍ୟରେ କେବଳ କ୍ଷୀର, ପରିବା ଓ ଗ୍ରୋସେରୀ ଦୋକାନ ଖୋଲା ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories