www.samajalive.in
Monday, December 15, 2025
14.1 C
Bhubaneswar

ଆକାଂକ୍ଷା ଜିଲ୍ଲା ପ୍ରଭାରୀଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଦାୟିତ୍ୱରେ ଥିବା ଆକାଂକ୍ଷା ଜିଲ୍ଲା ପ୍ରଭାରୀ ତଥା ସମାଜ କଲ୍ୟାଣ, ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଦୁଇ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ ପୂର୍ବକ କ୍ଷେତ୍ର ପରିଦର୍ଶନ କରି ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।

ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ ଡକ୍ଟର ଅଜିତ୍ କୁମାର ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ, ଉପଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଶୋଭା ରାଣୀ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହୀ, ପ୍ରକଳ୍ପ ପ୍ରଶାସକ ଆଇଟିଡିଏ ଅଭିମନ୍ୟୁ ମାଝୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତିରଞ୍ଜନ୍ ସାମନ୍ତରାୟ, ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପ୍ରଫୁଲ କୁମାର ମିଶ୍ର,ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏସ କେ ପ୍ରଧାନ, ଉପ ନିର୍ଦ୍ଦେଶକ ଉଦ୍ୟାନ କୃଷି ପ୍ରଦୋଷ କୁମାର ପଣ୍ଡାଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।

- Advertisement -

ବୈଠକରେ ଆକାଂକ୍ଷା ଜିଲ୍ଲା ହିସାବରେ ଭାରତ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ମାପଦଣ୍ଡ ଅନୁଯାୟୀ ଜିଲ୍ଲାର ଉନ୍ନୟନ କର୍ୟକ୍ରମସ ସମ୍ପର୍କରେ ପର୍ଯ୍ୟାୟକ୍ରମେ ସମୀକ୍ଷା କରିଥିଲେ। ଏଥିରେ ବିଶେଷ କରି ସ୍ଵାସ୍ଥ୍ୟ ଓ ପୁଷ୍ଟି, ଶିକ୍ଷା, କୃଷି, ଉଦ୍ୟାନ କୃଷି, ପ୍ରାଣୀ ଧନ, ମୌଳିକ ଓ ଭିତ୍ତିଭୂମି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସୂଚନା ପ୍ରଯୁକ୍ତି ଇତ୍ୟାଦି ବିଷୟରେ ଅଗ୍ରଗତି ନେଇ ଜିଲ୍ଲା ପ୍ରଭାରୀ ସଚିବ ଶ୍ରୀ ଅଗ୍ରୱାଲ ସମୀକ୍ଷା କରିଥିଲେ। ସ୍ଵାସ୍ଥ୍ୟ ବିଭାଗ ଉପରେ ଆଲୋଚନା କରି ଗର୍ଭବତୀ ମା’ ଓ ଶିଶୁମାନଙ୍କର ବିଭିନ୍ନ ସମସ୍ୟା ଓ ତାର କିପରି ସୁଧାର ଅଣାଯାଇ ପାରିବ ସେସମ୍ପର୍କରେ ପରାମର୍ଶ ଦେଇଥିଲେ। ସେଇପରି କୃଷି, ଉଦ୍ୟାନ କୃଷି, ଶିକ୍ଷା, ମହିଳା ଓ ଶିଶୁ ବିକାଶ, ସୂଚନା ପ୍ରଯୁକ୍ତି ଇତ୍ୟାଦି ସମ୍ପର୍କରେ ଆଲୋଚନା କରି ଏହାର ଅଗ୍ରଗତି ସମ୍ପର୍କରେ ପରାମର୍ଶ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories