www.samajalive.in
Saturday, December 13, 2025
27.1 C
Bhubaneswar

ବିପର୍ୟ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭା ଗୃହରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବିପର୍ୟ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ ଜିଲ୍ଲା କାର୍ୟ୍ୟାଳୟର ସମସ୍ତ ପଦାଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଶପଥ ପାଠ କରାଇଥିଲେ। ଯେକୌଣସି ପ୍ରକାର ବିପର୍ୟ୍ୟୟରେ ଧନଜୀବନ କ୍ଷୟକ୍ଷତିକୁ ହ୍ରାସ କରିବା ପାଇଁ ମୁଁ ମୋର ଶକ୍ତି ଓ ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରିବି। ଉଦ୍ଧାର ଓ ରିଲିଫ କାର୍ୟ୍ୟରେ କାର୍ୟ୍ୟରତ କର୍ମଚାରୀ, ବ୍ୟକ୍ତି ବିଶେଷ, ଅନୁଷ୍ଠାନ ଓ ସହଯୋଗୀ ଦଳମାନଙ୍କୁ ସାହାଯ୍ୟ କରିବି। ଲୋକମାନଙ୍କ ମଧ୍ୟରେ ପରିବେଶର ସୁରକ୍ଷା ଓ ବିପର୍ୟ୍ୟୟ ପ୍ରସ୍ତୁତି ନିମନ୍ତେ ସଚେତନତା ବୃଦ୍ଧି କରିବାକୁ ଚେଷ୍ଟା କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରଇତ ସମସ୍ତ ଉପସ୍ଥିତ ପଦାଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ।

ଏହି ପ୍ରାକୃତିକ ବିପର୍ଯୟ ପ୍ରସ୍ତୁତି ପାଇଁ ଶପଥ ପାଠ କାର୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଜିଲ୍ଲାପାଳ ନିର୍ମଳ ନାୟକ, ଅନାମିକା ପାଣ୍ଡେ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୌସୁମୀ ନାୟକ, ସହାୟକ ଜିଲାପାଳ, ବାବୁଲାଲ ସାମଲ, ପୁଷ୍ପାଞ୍ଜଳି ଦଣ୍ଡପାଟ, କମଲେସ ମହନ୍ତ, ଜିଲ୍ଲା କ୍ରୀଡା ଓ ସଂସ୍କୃତି ଅଧିକାରୀ ମହେନ୍ଦ୍ର କୁମାର ସାହୁ, ଜିଲ୍ଲା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଅଧିକାରୀ ବିଶ୍ୱ ରଞ୍ଜନ ଭୁକ୍ତା, ସେକ୍ସନ ଅଫିସର ପି, ହରି, ଭଗବାନ ପାଣିଗ୍ରାହୀ, ବିଜୟ କୁମାର ବେହେରା, ଧନପତି ନାୟକ, ମାୟାଧର ନାୟକ, ଭି କ୍ରିଷ୍ଣାବେନି, ଅଶୋକ ଚକ୍ରବର୍ତ୍ତୀ, ଦୁର୍ଗମାଧବ ପଣ୍ଡା, ଜିତେନ୍ଦ୍ର ଚୌଧୁରୀ, ଚିତ୍ତରଞ୍ଜନ ପାତ୍ର, ଜୋଛନା ଚୌଧୁରୀ, ସୁରେଶ ପଟନାୟକ, ସତ୍ୟ ନାରାୟଣ ସାହୁ, ନରେନ୍ଦ୍ର ସାହୁ, ରୀନା ରାଣୀ ପାତ୍ର, ବୁଚି ପାତ୍ରଣି, ସନ୍ଦୀପ ନାୟକ ସହିତ ସହିତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories